ବିନା ଭକ୍ତରେ ହେବ ରଥଯାତ୍ରା

ବାଲିଗୁଡା,୧୬ା୬(ଡି.ଏନ୍‌.ଏ.)- ବାଲିଗୁଡାରେ ରଥଯାତ୍ରା ପାଳନ ପାଇଁ ସ୍ଥାନୀୟ ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ, ତହସିଲଦାର କ୍ଷିରବ୍ଧ ତନୟା ସାହୁ, ମନ୍ଦିର ଟ୍ରଷ୍ଟ ସଦସ୍ୟ ମୁଖ୍ୟ ମଧୁସୂଦନ ଦାଶ, ମଦନ ମୋହନ ଦୋରା, ରଞ୍ଜିତ କୁମାର ମହାନ୍ତି ଓ ନିମନ୍ତ୍ରିତ ସଦସ୍ୟ ଭାବେ ଶ୍ରୀନିବାସ ରାଓ ଓ ଲଳିତ କୁମାର ପାତ୍ର, ସହକାରୀ ଜିଲାପାଳ ହଳଧର ନାୟକ, ହରିଶ୍ଚନ୍ଦ୍ର ପ୍ରଧାନ ଓ ସୂଚନା ଲୋକସମ୍ପର୍କ ଅଧିକାରିଣୀ ଯଶୋଦା ଗାଦବା ପ୍ରମୁଖ ଉପସ୍ଥିତ ଥିଲେ। ରଥଯାତ୍ରା ପାଳନ ନେଇ ଆଶା ଓ ଆଶଙ୍କା ଲାଗି ରହିଥିବା ବେଳେ ରଥ ର୍ନିମାଣ ଚାଲିଛି। କୋଭିଡ୍‌ ନିୟମ ଓ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ଦୃଷ୍ଟିରେ ରଖି ବିନା ଭକ୍ତରେ ଏବଂ କମ୍‌ ସେବାୟତଙ୍କୁ ନେଇ ସାମାଜିକ ଦୂରତା ରକ୍ଷାକରି ରଥଯାତ୍ରା ପାଳନ ପାଇଁ ପ୍ରସ୍ତୁତ ରହିବାକୁ ପ୍ରଥମ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ଦିନ ସହରର ସମସ୍ତ ପ୍ରବେଶ ପଥ ସିଲ୍‌ କରି ବାଇପାସରେ ଗାଡି ଚଳାଚଳ ପାଇଁ ବ୍ୟବସ୍ଥା କରାଯିବ ବୋଲି ଉପଜିଲାପାଳ ନନ୍ଦ କହିଛନ୍ତି। ବୈଠକ ପରେ ମନ୍ଦିର, ରଥ ଖଳା ଓ ମାଉସୀ ମା’ ମନ୍ଦିର ପରିଦର୍ଶନ କରିଥିଲେ ସମସ୍ତ ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri