Posted inବରଗଡ଼

ସରକାରୀ ନିୟମକୁ ଉଲ୍ଲଘଂନ: ବିନା ମାକ୍ସରେ କାମ କରୁଛନ୍ତି ୨୦ ଶ୍ରମିକ

ବିଜେପୁର,୮।୫(ଡି.ଏନ.ଏ.)-କରୋନାକୁ ନେଇ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ସଂକ୍ରମଣ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱ ଓ ମାକ୍ସ ପିନ୍ଧିବାକୁ ସରକାର ସଚେତନତା ସୁଷ୍ଟି କରୁଛନ୍ତି। ମାତ୍ର ବରଗଡ଼ ଜିଲା ବିଜେପୁର ଏନ୍‌ଏସି ଅଞ୍ଚଳରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଏକ କଲଭଟ କାମରେ ଶ୍ରମିକମାନେ ବିପଦଜ୍ଜନକ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ଫଳରେ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ସୂଚନାଯୋଗ୍ୟ, ଏମଗଣ୍ଡପାଲି ଛକରୁ ବାଉଁଶପୋଲା ଦେଇ ବିଜେପୁରକୁ ସଂଯୋଗ କରୁଥିବା ରାସ୍ତା କାମ ପାଇଁ ଏନ୍‌ଏସି ପକ୍ଷରୁ ୩ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। କରୋନା ଯୋଗୁ କିଛିଦିନ ହେବ ରାସ୍ତା କାର୍ଯ୍ୟ ବନ୍ଦ ରହିଥିବାବେଳେ ଗତ ବୁଧବାରରୁ ଏମଗଣ୍ଡପାଲି ଛକରେ କଲଭଟ କାମ ଆରମ୍ଭ ହୋଇଛି। ଏହି କାର୍ଯ୍ୟରେ ପ୍ରାୟ ୨୦ଜଣ ଶ୍ରମିକ ନିୟୋଜିତ ହୋଇଛନ୍ତି। ହେଲେ କେହି ମାକ୍ସ ନ ପିନ୍ଧି କାମ କରୁଥିବା ସାଧାରଣରେ ଅଭିଯୋଗ ହେଉଛି। ଅପରପକ୍ଷେ ଉକ୍ତ ରାସ୍ତା କାମ ଆରମ୍ଭ ହେବାର ୫ ମାସ ଅତିବାହିତ ହୋଇଯାଇଥିଲେ ସୁଦ୍ଧା ସୂଚନା ଫଳକ ମଧ୍ୟ ଲଗାଯାଇ ନ ଥିବା ଅଭିଯୋଗ ହେଉଛି। ଏ ନେଇ ଏନ୍‌ଏସିର କନିଷ୍ଠ ଯନ୍ତ୍ରୀ ଅଜୟ କୁମାର ପାତ୍ର କହିଛନ୍ତି, ମାକ୍ସ ଯୋଗାଇ ଦେବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨ ରୁ ୩ଦିନ ମଧ୍ୟରେ ସୂଚନା ଫଳକ ଲଗାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?