ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୫୪ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ ପ୍ରଥମେ ଦୁଇଜଣ ଓ ଶୁକ୍ରବାର ଆଉ ୧୦ଜଣ ରୋଗୀ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ୩୭ଜଣ ଏବେ କୋଭିଡ୍‌-୧୯ ହସ୍ପିଟାଲରେ ରହିଛନ୍ତି। ୨ଜଣଙ୍କୁ ଡାକ୍ତରଙ୍କ ଚିକିତ୍ସା ଆବଶ୍ୟକ ରହିଥିବାବେଳେ ୩୫ଜଣ ଆକ୍ରାନ୍ତ ପାଖରେ କରୋନାର ସାଧାରଣ ଲକ୍ଷଣ ନାହିଁ। ସେମାନଙ୍କ ପାଖରେ ଜ୍ୱର, ଥଣ୍ଡା, କାଶ, ଛିଙ୍କ ଆଦି ଦେଖାଯାଉନାହିଁ। କିଛିଦିନ ପରେ ଆଉ କେତେଜଣ ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଆଶା କରାଯାଉଥିବା ଓଡ଼ିଶା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି। ଶନିବାର ସେ କହିଛନ୍ତି, ରାଜ୍ୟର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କ ପାଖରେ କୌଣସି ଲକ୍ଷଣ ନ ଥିଲା। ତେଣୁ ବିନା ଲକ୍ଷଣରେ ମଧ୍ୟ କରୋନା ଭୂତାଣୁ ରହିପାରେ ବୋଲି ଶାଳିନୀ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri