ବିନା ସ୍ବାବ୍‌ ପରୀକ୍ଷାରେ ସଙ୍ଗରୋଧରୁ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ

କୋକସରା, ୧୧।୬ (ଡି.ଏନ.ଏ)-ଲକ୍‌ ଡାଉନ ଯୋଗୁ ଦେଶାନ୍ତର ଶ୍ରମିକମାନେ ଅନେକ ଯାତନା ସହି କୌଣସି ପ୍ରକାରେ ନିଜ ଭିଟାମାଟିକୁ ଫେରିଥିବା ବେଳେ ସେମାନଙ୍କୁ ଜିଲାର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୧୪ ଦିନ ରହିବା ପାଇଁ ସ୍ଥାନୀୟ ପ୍ରଶାସନ ବ୍ୟବସ୍ଥା କରିଛନ୍ତି। ତେବେ ସଙ୍ଗରୋଧ ଅବଧି ମଧ୍ୟରେ ସ୍ବାବ ଟେଷ୍ଟ କରାଯାଉ ନ ଥିବା ଅଭିଯୋଗ ହୋଇଛି । କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡା ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରୁ କେସିଙ୍ଗା ଓ ନର୍ଲା ବ୍ଲକର କିଛି ମହିଳା ପୁରୁଷ ଶ୍ରମିକଙ୍କ ସହ ଛୋଟ ଶିଶୁ ବୁଧବାର ଚାଲି ଚାଲି ଫେରୁଥିବା ଦେଖିବାକୁ ମିଳିଥିଲା । ସେମାନେ ୧୪ ଦିନ ସଙ୍ଗରୋଧ କେନ୍ଦ୍ରରେ ରହିବା ପରେ ମଧ୍ୟ ସେମାନଙ୍କ ସ୍ବାବ ଟେଷ୍ଟ ହୋଇ ନ ଥିବା ଶ୍ରମିକମାନେ କହିଛନ୍ତି । କ୍ବାରେଣ୍ଟାଇନ ଛାଡିବା ସମୟରେ ସେମାନେ ସୁସ୍ଥ ଥିବାରୁ ସ୍ଥାନୀୟ ଡାକ୍ତରଙ୍କ ପ୍ରମାଣପତ୍ର ସହ ଘରକୁ ଛାଡି ଦିଆଯାଇଛି । ତେବେ ଶ୍ରମିକମାନେ ମହାରାଷ୍ଟ୍ର ଓ ଗୁଜୁରାଟ ଫେରନ୍ତା ହୋଇଥିବାରୁ ମନରେ ଭୟ ରହିଛି। ଯଦି ପରେ କରୋନା ଲକ୍ଷଣ ପ୍ରକାଶ ପାଏ ତେବେ ପ୍ରଶାସନ ଦାୟୀ ରହିବ ବୋଲି ସେମାନେ ଅଭିଯୋଗ କରିଛନ୍ତି । ଶ୍ରମିକମାନେ ମଙ୍ଗଳବାର ସଙ୍ଗରୋଧରୁ ବାହାରିଥିଲେ ମଧ୍ୟ ସ୍ଥାନୀୟ ସରପଞ୍ଚ କି ବ୍ଲକ ପ୍ରଶାସନ ସେମାନଙ୍କ ଯିବା ବ୍ୟବସ୍ଥା କରି ନ ଥିଲେ। ଡେଙ୍ଗାଗୁଡାରୁ କୋକସରା ପ୍ରାୟ ୧୦ କିଲୋମିଟର ଚାଲି ଚାଲି ଆସିବା ପରେ ସେମାନଙ୍କ ଉପରେ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ପଡିଥିଲା। ଏ ସମ୍ପର୍କରେ ବ୍ଲକ ପ୍ରଶାସନ ସହ ଯୋଗାଯୋଗ କରିବା ପରେ ଶ୍ରମିକମାନଙ୍କୁ ଏକ ବସରେ ସେମାନଙ୍କ ଘରକୁ ପଠାଯାଇଥିଲା। ତେବେ ବିନା ସ୍ବାବ୍‌ ଟେଷ୍ଟରେ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ମନରେ ଘରକୁ ଯିବା ପୂର୍ବରୁ ଆଶଙ୍କା ଓ ଅଜଣା ଭୟ ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?