ବିନା ହେଲମେଟରେ ପେଟ୍ରୋଲ ମନା

ଭଞ୍ଜନଗର,୧୫।୮(ଡି.ଏନ.ଏ)- ସେପ୍ଟେମ୍ବର ୧ରୁ ହେଲମେଟ୍‌ ବ୍ୟବହାର ଆଇନକୁ କଡ଼ାକଡ଼ି କରିବାକୁ ଯାଉଛି ଜିଲା ପ୍ରଶାସନ। ଏନେଇ ବୁଧବାର ଅପରାହ୍ନରେ ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଗୁରୁବାର ଠାରୁ ନିଶାସକ୍ତ ଗାଡ଼ି ଚାଳକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନୂଆ ନିୟମରେ ଏଣିକି ନିଶାସକ୍ତ ଗାଡ଼ି ଚାଳକ ଗିରଫ ହେବେ। ସେପ୍ଟେମ୍ବର ୧ରୁ ବିନା ହେଲମେଟରେ ବାଇକ୍‌ ଚାଳକଙ୍କୁ ପେଟ୍ରୋଲ ଦେବାକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି। ଯଦି କୌଣସି ଗାଡ଼ି ଚାଳକ ବିନା ହେଲମେଟରେ ପେଟ୍ରୋଲ ଦେବାକୁ ବାଧ୍ୟ କରନ୍ତି ତେବେ ବାଇକ୍‌ ମାଲିକଙ୍କୁ ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଇ-ଚାଲାଣ ପଠାଯିବ। ପେଟ୍ରୋଲ ଟାଙ୍କିରେ ଲାଗିଥିବା କ୍ୟାମେରାକୁ ଆଧାର କରି ବିତରକ ଦୌନନ୍ଦିନ ସନ୍ଧ୍ୟାରେ ଆରଟିଓଙ୍କ ପାଖକୁ ବିନା ହେଲମେଟରେ ପେଟ୍ରୋଲ ପକାଉଥିବା ଗାଡ଼ି ନମ୍ବର ପଠାଇବେ। ଏହାପରେ ଆରଟିଓ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି ମାଲିକଙ୍କ ନାମରେ ଇ-ଚାଲାଣ କଟାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ବିଭିନ୍ନ ପ୍ରମୁଖ ରାସ୍ତା ଗୁଡ଼ିକରେ ଲୋକେ ମନଇଛା ହମ୍ପସ ନିର୍ମାଣ କରୁଛନ୍ତି। କେତକ ସ୍ଥାନରେ ବିଭିନ୍ନ ବିଭାଗ ପକ୍ଷରୁ ଠିକ୍‌ ଭାବେ ହମ୍ପ୍ସ ନିର୍ମାଣ କରାଯାଉନାହିଁ। ଯେଉଁଥିପାଇଁ ଦୁର୍ଘଟଣା ଘଟୁଛି। ଉକ୍ତ ହମ୍ପ୍ସ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲା। ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଆରଟିଓ ଏସ୍‌.ରୟ, ଭଞ୍ଜନଗର ଥାନା ଅଧିକାରୀ ସୁଦିପ୍ତ କୁମାର ସାହୁ, ତାରସିଂ ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ, ପେଟ୍ରୋଲ ଟାଙ୍କି ବିତରକ ସୁନିଲ କୁମାର ପଟ୍ଟନାୟକ, ସତ୍ୟ ନାରାୟଣ ପ୍ରଧାନ, ଏସ୍‌.ସୁମନ ରାଓ, ଭଞ୍ଜନଗର ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀଯନ୍ତ୍ରୀ ଲକ୍ଷ୍ମୀ କାନ୍ତ ମହାନ୍ତି, ଭଞ୍ଜନଗର ଜାତୀୟ ରାଜପଥ ସହକାରୀ ନିର୍ବାହୀଯନ୍ତ୍ରୀ ରାମଚନ୍ଦ୍ର ସେଠୀ, ସନ୍ତୋଷ ପୋଲାଇ, ନାଗେଶ୍ୱର ପାଣିଗ୍ରାହୀ, ଭଞ୍ଜନଗର ବସ୍‌ ଆସୋସିଏଶନ ନେତା ବିପ୍ର ଚରଣ ବାରିକ, ସୁବାସ ଚନ୍ଦ୍ର ଦିହୁଡ଼ି, ଭଞ୍ଜନଗର ଏବିଇଓ ହୃଷିକେଶ ସ୍ବାଇଁ ପ୍ରମୁଖ ବୈଠକରେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri