ବିପଜ୍ଜନକ ଅବସ୍ଥାରେ ଗ୍ରାମ୍ୟ ଉନ୍ନୟନ ରାସ୍ତା

ରତ୍ନଗିରି,୧୩ା୮(ଡି.ଏନ୍‌.ଏ.)- ବରୀ-ବାଲିବିଲ ଗ୍ରାମ୍ୟ ଉନ୍ନୟନ ବିଭାଗର ଗାନ୍ଧୀଛକଠାରୁ ବଣ ବାବାଜୀ କାଇପଡା ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡିଛି। ଏହି ରାସ୍ତାଦେଇ ଦୁଧେଇ ସେତୁର ନିର୍ମାଣ ପାଇଁ ଠିକାଦାର ମାଟି ନେଉଥିବାରୁ ରାସ୍ତାରେ ମାଟି ଗଦା ହେଉଛି। ଫଳରେ ରବିବାର ଲଗାଣ ବର୍ଷାରେ ରାସ୍ତା କାଦୁଅ ହୋଇଯାଇଥିବାରୁ ଯାତାୟାତ କ୍ଷେତ୍ରରେ ବହୁ ଅସୁବିଧା ଦେଖାଦେଉଛି। ସୋମବାର ସ୍ଥାନୀୟ କ୍ଷେମେଶ୍ୱର ଗ୍ରାମର ଜଣେ ବ୍ୟକ୍ତି ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବାଇକ୍‌ରେ ପରିବାର ଲୋକଙ୍କୁ ଚିକିତ୍ସା କରିବାକୁ ନେଇ ଗଲାବେଳେ ରାସ୍ତା ଉପରେ ପଡି ଗୁରୁତର ହୋଇଥିବା ଜଣାପଡିଛି। ଏହି ରାସ୍ତା ଦେଇ ଅନ୍ୟାସିପୁର, କଳାମାଟିଆ, କ୍ଷେମେଶ୍ୱର, କୋରଡା ପିପଲ, ଅଣିକଣା, ବେଞ୍ଜରାପୁର, ଢିଅସାହି ପ୍ରଭୁତି ରାଜସ୍ବ ଗ୍ରାମର ଲୋକମାନେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବରୀବ୍ଲକ କାର୍ଯ୍ୟାଳୟକୁ ଯାତାୟାତ କରିଥାନ୍ତି। ବିଶେଷକରି ଛାତ୍ରୀଛାତ୍ର ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ, କାଦମ୍ବିପାଳ ମହିଳା ମହାବିଦ୍ୟାଳୟ, କନକଦୂର୍ଗା ବିଦ୍ୟାପୀଠ, ବିବେକାନନ୍ଦ ଶିକ୍ଷାକେନ୍ଦ୍ରକୁ ଯାତାୟାତ ପାଇଁ ଉକ୍ତ ରାସ୍ତା ଉପରେ ନିର୍ଭର କରିଥାନ୍ତି। ରାସ୍ତାର ସମସ୍ୟା ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ସ୍ଥାନୀୟ ଲୋକେ ଅବଗତ କରିଛନ୍ତି। ହେଲେ ମାଟି ଉଠାଯାଇ ନ ଥିବାରୁ ଏଭଳି ସମସ୍ୟା ହେଉଥିବା ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ ଗ୍ରାମ ୍ୟଉନ୍ନୟନ ବିଭଗ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ବଳଙ୍କୁ ପଚାରିବାରୁ, ଖୁବ୍‌ଶୀଘ୍ର ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ରାସ୍ତା ସଫା କରାଯିବ ବୋଲି କହିଛନ୍ତି।
ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?