ବିପଜ୍ଜନକ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ

ପାଲଲହଡ଼ା, ୨୩ା୨(ଡି.ଏନ.ଏ.) – ବାରମ୍ବାର ଦୁର୍ଘଟଣା ସତ୍ତ୍ୱେ ବିପଦଜନକ ଅବସ୍ଥାରେ ଚାଲିଛି ସ୍କୁଲ ପିଲା ପରିବହନ। ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ମଧ୍ୟ ଏପରି ଦେଖିବାକୁ ମିଳିଛି। ବିଭିନ୍ନ ଘରୋଇ ବିଦ୍ୟାଳୟକୁ ଅଟୋ ଏବଂ ଅନ୍ୟାନ୍ୟ ଗାଡ଼ିଗୁଡିକରେ କ୍ଷମତା ଠାରୁ ଅଧିକ ସଂଖ୍ୟାରେ ପିଲାମାନଙ୍କୁ ପରିବହନ କରି ଅଣାଯାଉଛି। ସମ୍ପୃକ୍ତ ବିଦ୍ୟାଳୟଗୁଡିକର ନିଜର କୌଣସି ପରିବହନ ବ୍ୟବସ୍ଥା ନ ଥିବାରୁ ବାଧ୍ୟ ହୋଇ ଛାତ୍ରୀଛାତ୍ରମାନେ ଏପରି ସ୍କୁଲ ଯାଉଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି। ଏଥିଯୋଗୁ ଅନେକ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିଲେ ମଧ୍ୟ ଅଭିଭାବକଙ୍କ ସମେତ ବିଦ୍ୟାଳୟ କର୍ତ୍ତୃପକ୍ଷ, ପ୍ରଶାସନ କିମ୍ବା ପରିବହନ ବିଭାଗ ଚେତୁ ନାହିଁ। ଏପରିକି ଗୋଟିଏ ଅଟୋରେ ୮ରୁ ୯ ଜଣ ଛାତ୍ରୀଛାତ୍ର ବସି ସ୍କୁଲ ଯାଉଥିବାରୁ ଯେ କୌଣସି ସମୟରେ ଦୁର୍ଘଟଣାର ଆଶଙ୍କା ରହିଛି। ଏ ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ତାଳଚେର ପରିବହନ ଅଧିକାରୀ ସମରେନ୍ଦ୍ର ପଟ୍ଟନାୟକଙ୍କୁ ପଚାରିବାରେ ସେ ଏକ ବୈଠକରେ ବ୍ୟସ୍ତ ଅଛନ୍ତି, ମତାମତ ଦେଇପାରିବେ ନାହିଁ ବୋଲି କହିଥିଲେ। ପାଲଲହଡା ଥାନା ଅଧିକାରୀ କିଶୋର କୁମାର ସାମଲ କହିଛନ୍ତି, ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି। ବିପଦଜନକ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ କରାଯାଉଥିଲେ ସମ୍ପୃକ୍ତ ଗାଡି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri