ବିପତ୍ତି ବେଳେ ବିକୃତ ମାନସିକତା: ୧୦୪ ନଂକୁ ଆସୁଛି ଫେକ୍‌ କଲ୍‌, ମହିଳା କର୍ମଚାରୀଙ୍କୁ କରୁଛନ୍ତି ଅଶାଳୀନ ବ୍ୟବହାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୋଟିଏ ପଟେ କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆକ୍ରାନ୍ତଙ୍କୁ ଶୀଘ୍ର ଚିହ୍ନଟ କରାଯିବା ଫଳରେ ରୋଗକୁ ସଠିକ୍‌ ଭାବେ ମୁକାବିଲା କରାଯିବା ହୃଦୟଙ୍ଗମ କରି ୧୦୪ ହେଲ୍‌ପଲାଇନ୍‌ ନଂକୁ କାର୍ଯ୍ୟକ୍ଷମ କରାଯାଇଛି। ହେଲେ ଅନେକ ଅସାମାଜିକ ବ୍ୟକ୍ତି ଏହି ନଂରେ ଫୋନ୍‌ କରି ବଦମାସୀ କରୁଛନ୍ତି। ବିଶେଷକରି ଏହି ସରକାରୀ କଲ୍‌ସେଣ୍ଟରରେ କାମ କରୁଥିବା ମହିଳା କର୍ମଚାରୀଙ୍କୁ ଅଶାଳୀନ କଥା କହୁଛନ୍ତି। ଏଣୁ ସେମାନଙ୍କୁ ଠାବ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେଠାରେ କାମ କରୁଥିବା କର୍ମଚାରୀ ଦାବି କରିଛନ୍ତି।

ବର୍ତ୍ତମାନ ସରକାରଙ୍କ ପକ୍ଷରୁ ୧୦୪ ନଂ ସ୍ବତନ୍ତ୍ର ଭାବେ କୋଭିଡ-୧୯ ପାଇଁ ବ୍ୟବହୃତ କରାଯାଉଛି। ପ୍ରତ୍ୟେହ ଏଠାକୁ ୧୫ହଜାରରୁ ଅଧିକ କଲ୍‌ ଆସୁଥିବା ବେଳେ କିଛି ଫେକ୍‌ କଲ୍‌ର କର୍ମଚାରୀମାନଙ୍କୁ ଅଶାଳୀନ ଭାଷା ପ୍ରୟୋଗ କରୁଛନ୍ତି। ଏବେର ଜୀବନ ମରଣ ଭଳି ସଂଘର୍ଷମୟ ପରିସ୍ଥିତିରେ ଏଭଳି ଫୋନ୍‌ କରି ଲାଇନ୍‌ ବ୍ୟସ୍ତ ରଖିବା ଯୋଗୁ ଅନ୍ୟ କେହି ଆବଶ୍ୟକ ବ୍ୟକ୍ତିଙ୍କୁ ନିରାଶ ହେବାକୁ ପଡ଼ିପାରେ ବୋଲି କର୍ମକର୍ତ୍ତାମାନେ କହିଛନ୍ତି। ଏହାକୁ ନେଇ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଉକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri