ବିପଦକୁ ଡାକୁଛି ଜାଇକାର ବେପରୁଆ କାମ: ଜିଲାପାଳଙ୍କୁ ଜଣାଇବ ଭାଜପା

କଟକ ଅଫିସ,୧ା୬: ଡ୍ରେନ୍‌ରୁ ପଙ୍କୋଦ୍ଧାର ବେଳେ ଛତ୍ରବଜାର ନିକଟସ୍ଥ ଜଣଙ୍କ ଘରଆଗ କାନ୍ଥ ଧସିଯିବା ପରେ ରବିବାର ଭାଜପାର ଏକ ପ୍ରତିନିଧି ଦଳ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଦୀର୍ଘଦିନ ଧରି ଜାଇକାର ଯନ୍ତ୍ରଣାରେ ସହରବାସୀ ଅତିଷ୍ଠ। ଏହାର ମନମୁଖୀ ଓ ବେପରୁଆ କାମ ସହରରେ ବିପଜ୍ଜନକ ପରିସ୍ଥିତି ସୃଷ୍ଟି କରୁଛି ବୋଲି ଜାଇକାକୁ ତୀବ୍ର ସମାଲୋଚନା କରିଛି ଭାଜପା।
ଦଳ କହିଛି, ୨୦୧୫ରୁ ସରିବାକୁ ଥିବା ଜାଇକା ପ୍ରକଳ୍ପ ଦୀର୍ଘ ୫ ବର୍ଷ ବିତିଲା ପରେ ମଧ୍ୟ ସରୁନାହିଁ। ୯୭୪ କୋଟିର ବ୍ୟୟବରାଦ ବୃଦ୍ଧି ପାଇ ୨୯୦୦ କୋଟିରେ ପହଞ୍ଚତ୍ଲାଣି। ବିଗତ ଦିନରେ ଜାଇକାର ବେପରୁଆ କାର୍ଯ୍ୟରେ ସହରବାସୀଙ୍କ ଧନଜୀବନ ହାନି ହୋଇଥିବାର ଅନେକ ନଜିର ରହିଛି। କୋର୍ଟର ସମସ୍ତ ଆଦେଶକୁ ଏହା ଉଲ୍ଲଂଘନ କରୁଛି। ଜାଇକାର ଏଭଳି ବେପରୁଆ କାର୍ଯ୍ୟକୁ ନିନ୍ଦା କରିଛି କଟକ ନଗର ଭାଜପା। ଶନିବାର ଜାଇକାର କାର୍ଯ୍ୟରେ କଟକ ପ୍ରଫେସରପଡ଼ା ଅଞ୍ଚଳରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଅଫିସରଙ୍କ ଅନୁପସ୍ଥିତିରେ ପଙ୍କୋଦ୍ଧାର ସମୟରେ ଡ୍ରେନ ପାର୍ଶ୍ୱରେ ରହୁଥିବା ବିଜୟ ବିଶ୍ୱାଳ ଓ ବିଭୂତି ମିଶ୍ରଙ୍କ ଗୃହର ଦୁଇ ବଖରା ଭୁଶୁଡ଼ିଯିବା ସହ ଅନେକ ଘରକୁ ସଂଲଗ୍ନ ରାସ୍ତା ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ରାଜ୍ୟ ଭାଜପା ନେତା ବିନୋଦ ଦାସ ଓ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରବିବାର ସେହି ସ୍ଥାନରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ଜାଇକାର ମନୋମୁଖୀ କାର୍ଯ୍ୟ ସମ୍ପର୍କରେ ସରକାରଙ୍କୁ ଜଣାଇବା ସହ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଭାଜପା ନଗର ସଭାପତି କହିଛନ୍ତି। କ୍ଷତିଗ୍ରସ୍ତ ବ୍ୟକ୍ତିଙ୍କୁ କ୍ଷତିପୂରଣ ଦେବା ଓ ଜାଇକା କାର୍ଯ୍ୟରେ ଶିଥିଳତା ନେଇ କଟକ ଜିଲାପାଳଙ୍କୁ ଦାବି ଜଣାଇବ ନଗର ଭାଜପା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?