ବିପଦସଙ୍କୁଳ ଶ୍ରେଣୀ ଗୃହରେ ଚାଲିଛି ପାଠପଢା

ତେଲକୋଇ,୧୪।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତରେ ଥିବା ୟୁ.ଜି.ଏମ ସ୍କୁଲ ରେ ୧ମ ଶ୍ରେଣୀ ଠାରୁ ୭ମ ଶ୍ରେଣୀ ପର୍ଯ୍ୟନ୍ତ ୮୧ଜଣ ଛାତ୍ରୀଛାତ୍ର ଅଧୟନ କରୁଛନ୍ତି । ୪ଟି ଶ୍ରେଣୀ ଗୃହ ଥିଲେ ହେଁ ସେସବୁ ଘର କାନ୍ଥରେ ଫାଟ ସୃଷ୍ଟି ହୋଇଥିବାରୁ ବିପଦ ଶଙ୍କୁଳ ହୋଇପଡିଛି। ଏ ନେଇ ଅଭିଭାବକମାନେ ଉଦ୍‌ବେଗ ପ୍ରକାଶ କରିବା ପରେ ପଞ୍ଚାୟତ ପକ୍ଷରୁ ବ୍ଲକ ଶିକ୍ଷା ବିଭାଗକୁ ଅବଗତ କରାଯାଇଛି। ଏହା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ସ୍ଥାନୀୟ ସରପଞ୍ଚ ପରମେଶ୍ୱର ମୁଣ୍ଡା କହିଛନ୍ତି। ସେହିପରି ବିଦ୍ୟାଳୟର ପରିସରରେ ପାନୀୟଜଳ ସମସ୍ୟା ଲାଗି ରହିଛି। ଛାତ୍ରୀ ଛାତ୍ରମାନେ ୫୦ ମିଟର ଦୂରକୁ ଯାଇ ପାନୀୟଜଳ ସଂଗ୍ରହ କରିବାକୁ ବାଧ୍ୟ ହେଉଥିବା ଅଭିଭାବକମାନେ କହିଛନ୍ତି। ଏସମ୍ପର୍କରେ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ କ୍ଷୀରୋଦ କୁମାରୀ ମହାନ୍ତଙ୍କୁ ପଚାରିବାରୁ ଅଭିଭାବକଙ୍କ ଅଭିଯୋଗକୁ ବିଚାରକୁନେଇ ଉକ୍ତ ବିଦ୍ୟାଳୟ ପାଇଁ ନୂତନ ଗୃହ ନିର୍ମାଣ ସକାଶେ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri