ବିପଦ ସୃଷ୍ଟି କରୁଛି ବାଡ଼ା ବିହୀନ ପୋଲ

ବାଲିଆ,୯।୮: ଜଳସେଚନ ବିଭାଗର ବେପରୁଆ ନୀତି ଓ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜଳସେଚନ ବିଭାଗ ଅଧୀନ ମାଛଗାଁ ମୁଖ୍ୟ କେନାଲର କଇଜଙ୍ଗା ସେକ୍ସନ ଅନ୍ତର୍ଗତ ଧ୍ୟାନକୁଦ ପୀଠ ନିକଟରେ। ଏଠାରେ ହାଜିପୁର ଗୋପାଳସାହିକୁ ମାଛଗାଁ କେନାଲ ଉପରେ ଏକ ପୋଲ ରହିଛି, ଯାହାର ବାଡ଼ା ନାହିଁ। ତେଣୁ ପଥଚାରୀଙ୍କ ପାଇଁ ଏହା ବିପଦ ଆଶଙ୍କା ସୃଷ୍ଟି କରୁଛି। ଏମିତିରେ ଅନେକ ସମୟରେ ଦୁର୍ଘଟଣା ମଧ୍ୟ ଘଟୁଛି। ଦୈନିକ ଜନସାଧାରଣଙ୍କ ସହ ଗୃହପାଳିତ ପଶୁ ଏହି ପୋଲରେ ଯାତାୟାତ କରୁଛନ୍ତି। ଚାଷୀମାନେ ଏହି ପୋଲ ଦେଇ ହଳ କରିବାକୁ ଯାଉଛନ୍ତି। ଏଥିସହ ଟ୍ରାକ୍ଟର ଆଦି ବିଭିନ୍ନ ଗାଡି ଏହି ପୋଲରେ ଚଳାଚଳ କରୁଛି। ଠିକାଦାର ଏହି ପୋଲ ନିର୍ମାଣ ସମୟରେ ବାଡ଼ା ତିଆରି ନ କରି ଅଧାପନ୍ତରିଆ ଭାବେ ଛାଡ଼ି ଦେଇଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ବାସିନ୍ଦା ଧରଣୀଧର ବେହେରା, କାର୍ତ୍ତିକ ପରିଡ଼ା, ଗଣେଶ ପରିଡ଼ା, ବୁଲୁ ପରିଡ଼ା, ଚଗଲି ବେହେରା, ଗଜେନ୍ଦ୍ର ବେହେରା, ଲକ୍ଷ୍ମୀଧର ଦାସ, ମହେନ୍ଦ୍ର ଦାସ, ଭାଗ୍ୟଧର ଦାସ, ପ୍ରମୋଦ ବେହେରା, ପଦ୍ମନାଭ ବେହେରା, ରାମଚନ୍ଦ୍ର ବେହେରା ପ୍ରମୁଖ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ଖୋଦ ଜଳସେଚନ ବିଭାଗ ମନ୍ତ୍ରୀଙ୍କ ଜିଲାରେ କେନାଲ ମରାମତି, ପୁନରୁଦ୍ଧାର ଆଦି ବାବଦରେ ଆସୁଥିବା ଅନୁଦାନ ଅର୍ଥରୁ ସିଂହଭାଗ ହରିଲୁଟ୍‌ କରିନିଆଯାଉଛି। ଫଳରେ କେଉଁଠି ନିମ୍ନମାନର କାର୍ଯ୍ୟ ହେଉଛି ତ ଆଉ କେଉଁଠି ଅଧାପନ୍ତରିଆ। ଏଥିଯୋଗୁ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ବିଭାଗୀୟ ଅଧିକାରୀମାନେ ଏହି କେନାଲ ବନ୍ଧ ସହ ପୋଲ, ନଦୀବନ୍ଧ ଆଦି ପରିଦର୍ଶନରେ ଆସୁଛନ୍ତି। କିନ୍ତୁ ଏଥିପ୍ରତି ସେମାନଙ୍କ ଦୃଷ୍ଟି ନ ପଡ଼ିବା ଦୁର୍ଭାଗ୍ୟର ବିଷୟ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri