ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ ପାଇଁ ପଦକ୍ଷେପ ନେବାକୁ କିଛି ଯୁବ ସାମାଜିକ କର୍ମୀ ଦାବି କରିଛନ୍ତି। ଯୁବ ସାମାଜିକ କର୍ମୀ ବିପ୍ଳବ କୁମାର ଦାଶ ଓ ଉତ୍ତମ କୁମାର ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳ ବିନିତ ଭରଦ୍ୱାଜଙ୍କୁ ସାକ୍ଷାତ କରି ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ସମ୍ପର୍କିତ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତିି। ଦାବି ମୁତାବକ ଛଉ ପଡିଆ ସ୍ଥିତ ଅରବିନ୍ଦ ସ୍କୁଲ ନିକଟରେ ଏକ ଟ୍ରାଫିକ ପୋଷ୍ଟ ସ୍ଥାପନ, ପ୍ରାଣୀ ଚିକିତ୍ସାଳୟରୁ ଖିମଜୀ ରାସ୍ତାରେ ଥିବା ବେଆଇନ ପାକର୍ିଂକୁ ନିୟନ୍ତ୍ରିତ କରିବା, ସତ୍ୟସାୟୀ ଛକରୁ ଦାରୋଗାଡାହି ମଧ୍ୟରେ ଥିବା ବେଆଇନ ପାର୍କିଂ ଉଚ୍ଛେଦ, ଉଠାଦେକାନୀଙ୍କ ଥଇଥାନ କରିବା ଏବଂ ସହରରେ ଥିବା ବଡ ବଡ ଶପିଂମଲ୍‌ର ପାର୍କିଂ ବ୍ୟବସ୍ଥା ଯାଞ୍ଚ କରିବା ଦାବି କରିଥିଲେ। ସେହିପରି ଛଉ ପଡିଆରେ ଅସାମାଜିକ ଯୁବକମାନେ ଆଡ୍ଡା ଜମାଉଥିବାରୁ ଏ ଦିଗରେ ମଧ୍ୟ ଦୃଷ୍ଟି ଦେବାକୁ ସେମାନେ ଦାବି କରିଥିଲେ। ଏହି ପ୍ରତିନିଧି ଦଳରେ ନିକମ କୁମାର, ଶୈଳେଶ ଗିରି, ଦୀପକ ପାତ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri