‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା । ଆଦର୍ଶ ଜୀବନ ଅପରାଜେୟ । ସ୍ବର୍ଗତ ଗିରିଙ୍କ ୩୩ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ ଅବସରରେ ବିଶିଷ୍ଟ ଅତିଥିମାନେ ଏହି ମତବ୍ୟକ୍ତ କରିଛନ୍ତି।
ଜଳେଶ୍ୱର ମହିଳା ମହାବିଦ୍ୟାଳୟ ପରିସରରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ରମାକାନ୍ତ ଭଞ୍ଜଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ସଭାରେ ଭୋଗରାଇ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ଅନନ୍ତ ଦାସ ମୁଖ୍ୟ ଅତିଥି , ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନାରାୟଣ ପ୍ରସାଦ ସାହୁ ମୁଖ୍ୟ ବକ୍ତା ଏବଂ ଅବସରପ୍ରାପ୍ତ ଅଧ୍ୟକ୍ଷ ବିପିନ ବିହାରୀ ବିଶ୍ୱାଳ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ବାଲିଆପାଳରେ କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠାକୁ ବିରୋଧ କରି ଗଦାଧର ଜିଲାରେ ଦୁର୍ବାର ଜନଆନ୍ଦୋଳନ ଗଢି ତୋଳିଥିଲେ। ଧାନ, ମୀନ, ପାନର ଅଞ୍ଚଳ ଭାବେ ପରିଚିତ ବାଲିଆପାଳର ସ୍ବଣ୍ଣଗର୍ଭା ମାଟିକୁ ପ୍ରକଳ୍ପ ପାଇଁ ଉଜାଡି ଦିଆ ନ ଯାଉ ବୋଲି ଦର୍ଶାଇ ସେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ଚାପ ସୃଷ୍ଟି କରି ସଫଳ ହୋଇଥିଲେ। କେବଳ ଏହି ଆନ୍ଦୋଳନ ନୁହେଁ, ଗରିବ ଖଟିଖିଆଙ୍କ ପାଇଁ ସାରା ଜୀବନ ସେ ସଂଗ୍ରାମର ପଥ ବାଛି ନେଇଥିଲେ ବୋଲି ବକ୍ତାମାନେ ଦର୍ଶାଇଥିଲେ। ବିଧାୟକ ତଥା ମହାବିଦ୍ୟାଳୟର ସମ୍ପାଦକ ଅଶ୍ୱିନୀ କୁମାର ପାତ୍ର ସଭାରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଶେଷରେ ଅଧ୍ୟକ୍ଷ ଡଃ. ପ୍ରଫୁଲ୍ଲ କମାର ଦେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପୂର୍ଣ୍ଣଚନ୍ଦ୍ର ସେନାପତି, ରାଧାଶ୍ୟାମ ନାଥ, ସୂର୍ଯ୍ୟାନନ୍ଦ ପାଳ, ବିଦ୍ୟାଧର ମଲ୍ଲିକ, ବିଜୟ କୁମାର କାମିଳା, ନାମ୍ପୋ କ୍ଷେତ୍ରପାଳ ସୟଂ ସହାୟକା ଗୋଷ୍ଠୀ, ଶିଖରପୁର ସୁବର୍ଣ୍ଣରେଖା ମହିଳା ମହାସଂଘର କର୍ମକର୍ତ୍ତାମାନଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସତ୍ୟମୟ ଆଚାର୍ଯ୍ୟ, ସଂଗ୍ରାମ ପଟ୍ଟନାୟକ, ରତନ କୁମାର ମିଶ୍ର, ସୁଷମା ଚନ୍ଦ ଓ ଅନ୍ୟ ଅଧ୍ୟାପିକା ଅଧ୍ୟାପକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରାରମ୍ଭରେ ଅତିଥିମାନେ ସ୍ବର୍ଗତ ବିଧାୟକ ଗଦାଧର ଗିରିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ପୂର୍ବତନ ନଗରପାଳ ସ୍ବର୍ଗତ ସୁରେନ୍ଦ୍ର ଚନ୍ଦଙ୍କ ବିୟୋଗରେ ୧ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ପ୍ରମୋଦ କୁମାର ପଣ୍ଡା ଓ ମହେଶ୍ୱର ପ୍ରଧାନଙ୍କ ପରିଚାଳନାରେ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri