Posted inଜାତୀୟ

ବିବାଦ ସତ୍ତ୍ୱେ ବିଜୟୀ

ନୂଆଦିଲ୍ଲୀ,୨୫ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଭାଜପା ପ୍ରାର୍ଥୀ ପ୍ରଜ୍ଞାସିଂ ଠାକୁର ଏବଂ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ ସେମାନଙ୍କ ଆସନରୁ ବିଜୟୀ ହୋଇଛନ୍ତି। ବିବାଦୀୟ ମନ୍ତବ୍ୟ ଏବଂ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଲାଗି ଏହି ନେତାମାନଙ୍କ ବିରୋଧରେ ଇସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ମାଲେଗାଓଁ ବିସ୍ଫୋରଣ ଅଭିଯୁକ୍ତ ପ୍ରଜ୍ଞା ଠାକୁର ମଧ୍ୟପ୍ରଦେଶର ଭୋପାଳ ଆସନରୁ ୩,୬୪,୮୨୨ ଭୋଟ ବ୍ୟବଧାନରେ ଜିତିଛନ୍ତି। ସେ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କୁ ହରାଇଛନ୍ତି। ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଦେଶଭକ୍ତ କହି ପ୍ରଜ୍ଞା ଚର୍ଚ୍ଚାକୁ ଆସିଥିଲେ। ଏହା ପୂର୍ବରୁ ସେ ୨୬/୧୧ ମୁମ୍ବାଇ ଆକ୍ରମଣରେ ଶହୀଦ ହୋଇଥିବା ଆଇପିଏସ୍‌ ଅଫିସର ହେମନ୍ତ କର୍‌କରେଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇ କ୍ଷମା ମାଗିଥିଲେ। ବିବାଦୀୟ ମନ୍ତବ୍ୟ ପାଇଁ ଜଣାଶୁଣା ଏସ୍‌ପି ପ୍ରାର୍ଥୀ ଆଜମ୍‌ ଖାନ୍‌ ରାମପୁର ଆସନରୁ ଲକ୍ଷେରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ପ୍ରଚାର ବେଳେ ସେ ଭାଜପା ପ୍ରାର୍ଥୀ ତଥା ଅଭିନେତ୍ରୀ ଜୟାପ୍ରଦାଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିଲେ। ସେହିପରି ଆଉ ଜଣେ ବିବାଦୀୟ ନେତା ଭାଜପାର ଗିରିରାଜ ସିଂ ବେଗୁସରାଇ ଆସନରୁ ୪,୨୨,୨୧୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା ଭାଜପାର ନଳୀନ କୁମାର କାଟିଲ କର୍ନାଟକର ଦକ୍ଷିଣ କନ୍ନଡ ଆସନରୁ ବିଜୟୀ ହୋଇଛନ୍ତି। ଗଡ୍‌ସେଙ୍କୁ ନେଇ ଟୁଇଟ୍‌ କରିଥିବା ଭାଜପା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଅନନ୍ତକୁମାର ହେଗ୍‌ଡେ ମଧ୍ୟ ନିର୍ବାଚନ ଜିତିଛନ୍ତି। ଏକାଧିକ ବିବାଦୀୟ ମନ୍ତବ୍ୟ ଦେଇଥିବା ଭାଜପାର ଯୁବନେତା ତେଜସ୍ବୀ ସୂର୍ଯ୍ୟ ବେଙ୍ଗାଲୁରୁ ଆସନରୁ ବିଜୟୀ ହୋଇଛନ୍ତି। ବାଲାକୋଟକୁ ନେଇ ବିବାଦୀୟ ବୟାନ ଦେଇଥବା ବଲିଉଡ ଅଭିନେତା ସନ୍ନି ଦେଓଲ ଗୁର୍‌ଦାସପୁର ଆସନରୁ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?