ବିବାହର ଦୁଇ ଦିନ ପରେ କନ୍ୟାଙ୍କ କରୋନା ରିପୋର୍ଟ ଆସିଲା ପଜିଟିଭ: ବର ସମେତ ୩୨ ଜଣ କ୍ୱାରାଣ୍ଟାଇନରେ

ଭୋପାଳ,୨୧।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାର ୩୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଥିଲା। ତେବେ ସଂକ୍ରମିତଙ୍କ ମଧ୍ୟରେ ଜଣେ ୧୫ ଦିନର ଜଣେ ଶିଶୁ ଥିବା ବେଳେ ଜଣେ ନବବିବାହିତା ମଧ୍ୟ ରହିଥିବା ଜଣାପଡିଛି। ନବବିବାହିତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଏବେ ଚିନ୍ତା ବଢିଯାଇଛି। ଏହାପରେ ବର ସହିତ ବର ପକ୍ଷର ପ୍ରାୟ ୩୨ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସୂଚନାଯୋଗ୍ୟ, ସୋମବାର ଏହି ବିବାହ ହୋଇଥିବା ବେଳେ ଏହାର ୭ ଦିନ ପୂର୍ବରୁ କନ୍ୟାଙ୍କୁ ଜ୍ୱର ହୋଇଥିଲା। ଔଷଧ ଖାଇବା ପରେ ବି ଏହା କମି ନ ଥିଲା। ଏହାପରେ ତାଙ୍କର କରୋନା ଟେଷ୍ଟ ପାଇଁ ନମୁନା ସଂଗ୍ରହ କରାଯାଇଥିଲା। ହେଲେ ରିପୋର୍ଟ ଆସିବା ପୂର୍ବରୁ ତାଙ୍କର ବିବାହ କରି ଦିଆଯାଇଥିଲା। ଅନ୍ୟପଟେ ମଧ୍ୟପ୍ରଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୫,୭୩୫ ଥିବା ବେଳେ ଏମାନଙ୍କ ମଧ୍ୟରୁ ୨,୭୩୩ ଜଣ ସୁସ୍ଥ ହୋଇ ସାରିଲେଣି ଓ ରାଜ୍ୟରେ କରୋନା ସଂକ୍ରମଣରେ ୨୬୭ଜଣଙ୍କ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri