ବିବାହର ୨ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେବାକୁ ଚାହୁଁଛନ୍ତି ଏହି ନାୟିକା

ମୁମ୍ବାଇ: ବଲିଉଡ୍‌ କପୁଲଙ୍କ ବିବାହ ଯେତିକି ଚର୍ଚ୍ଚାରେ ଥାଏ ତା’ଠାରୁ ଅଧିକ ଚର୍ଚ୍ଚାରେ ଥାଏ ଏମାନଙ୍କ ବିଚ୍ଛେଦ। ୨୦୧୭ରେ ବିବାହ କରିଥିବା ବଲିଉଡ୍‌ ନାୟିକା ଅମୃତା ପୁରୀ ଏବେ ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହେବାକୁ ଚାହୁଁଥିବା ଖବର ଆସିଛି। କାଇ ପୋ ଚେ, ଆୟଶା ଓ ଜଜ୍‌ମେଣ୍ଟାଲ ଭଳି ହିଟ୍‌ ଫିଲ୍ମ ଭେଟି ଦେଇଥିବା ଏହି ନାୟିକା ଏବେ ଡିଭୋର୍ସ ପାଇଁ ପ୍ରସ୍ତୁତ ହେଉଛନ୍ତି। କିଛିଦିନ ହେବ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଲାଗି ରହିଥିବା ଶୁଣିବାକୁ ମିଳିଥିଲା। ସୂଚନାଯୋଗ୍ୟ, ୨୦୧୭ରେ ଅମୃତା ମୁମ୍ବାଇର ରେସ୍ତୋରାଁ ମାଲିକ ଇମରୁନ ସେଟ୍ଟିଙ୍କୁ ବିବାହ କରିଥିଲେ। ବ୍ୟାଙ୍କକ୍‌ରେ ଏକ ପ୍ରାଇଭେଟ୍‌ ସେରିମନିରେ ଏମାନେ ନିକଟ ସମ୍ପର୍କୀୟଙ୍କୁ ନେଇ ଏହି ବିବାହ ଆୟୋଜନ କରିଥିଲେ। କିଛିଦିନ ହେବ ଏମାନଙ୍କୁ ଏକାଠି ଦେଖିବାକୁ ମିଳୁ ନ ଥିବା ବେଳେ ଏବେ ଏମାନେ ଅଲଗା ହେବାକୁ ଚାହୁଁଥିବା ଜଣାପଡିଛି। ଅମୃତାଙ୍କ ସ୍ବାମୀ ନିକଟରେ ଏକ ୟୁରୋପିଆନ ରେଷ୍ଟୁରାଣ୍ଟ ଖୋଲିଥିବା ବେଳେ ସେଠି ମଧ୍ୟ ଅମୃତା ନଜର ଆସି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri