ବିବାହ କରିବେ ଫରହାନ!

ମୁମ୍ବାଇ: ବଲିଉଡ୍ ଅଭିନେତା ଫରହାନ୍ ଅଖତର ଏବେ ତାଙ୍କ ଦ୍ୱିତୀୟ ବିବାହକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଯେବେଠାରୁ ସେ ତାଙ୍କ ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହେଲେଣି ସେବେଠାରୁ ସେ ଗର୍ଲଫ୍ରେଣ୍ଡ ଶିବାନୀ ଦାଣ୍ଡେକରଙ୍କ ସହ ରିଲେସନଶିପରେ ରହିଛନ୍ତି । ଏହା ଅବଶ୍ୟ କାହାକୁ ଅଛପା ନାହିଁ । ନିକଟରେ ଶିବାନୀ ତାଙ୍କ ବିବାହକୁ ନେଇ ଅନେକ କଥା ଖୋଲା ଖୋଲି କଥା ହୋଇଛନ୍ତି । ଏକ ଏଣ୍ଟରଟେନମେଣ୍ଟ ୱେବ ପୋର୍ଟାଲ ସହ କଥା ହେବା ବେଳେ ଶିବାନୀ କହିଛନ୍ତି, ଫରହାନଙ୍କ ସହ ମୋର ରିଲେସନଶିପ କଥା ସମସ୍ତଙ୍କୁ ଜଣା । ଅବଶ୍ୟ କରୋନା ଲକ୍‌ଡାଉନ ସମୟରେ ଆମେ ପରସ୍ପରକୁ ଅତି ନିକଟରୁ ଜାଣିବାର ସୁଯୋଗ ପାଇଲୁ । ଆଉ ଏବେ ପ୍ରଶ୍ନ ଆସୁଛି ଆମେ କେବେ ବିବାହ କରିବୁ । ଏକଥା ମୁଁ ତ ଏପର୍ଯ୍ୟନ୍ତ ଚିନ୍ତା କରିନାହିଁ । ସେ ସମୟ ଆସିଲେ ମୁଁ ନିଜେ ଜଣାଇବି ବୋଲି କହିଛନ୍ତି ଶିବାନୀ । ଲକଡାଉନରେ ସେ ଫରହାନଙ୍କ ସହ ଅଧିକ ସମୟ କଟାଇବା, ଏକାଠି ୱାର୍କ ଆଉଟ କରିବା, ଏକାଠି ଖାଇବା ଭଳି ମୁହୂର୍ତ୍ତକୁ ଏନଜୟ କରିଛୁ ବୋଲି ଶିବାନୀ କହିଛନ୍ତି । ଫରହାନ ଓ ଶିବାନୀ ୩ ବର୍ଷ ହେବ ରିଲେସନଶିପରେ ରହିଛନ୍ତି । ଫରହାନ ପ୍ରଥମେ ଅଧୁନା ଭାବାନୀଙ୍କୁ ବିବାହ କରିଥିବା ବେଳେ ୧୭ ବର୍ଷ ପରେ ଉଭୟ ଅଲଗା ହୋଇ ଯାଇଥିଲେ । ଏବେ ଫରହାନ ଶିବାନୀଙ୍କ ସହ ରିଲେସନଶିପରେ ଥିବା ବେଳେ ଅଧୁନା ନିକୋଲାସ ମମୋରିଆଙ୍କ ସହ ରିଲେସନଶିପରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri