Posted inଜାତୀୟ

ବିବାହ ପାଇଁ କନ୍ୟା ରାଜି ନ ହେବାରୁ ୪ ମହଲା ଛାତରୁ ଡେଇଁଲେ ଯୁବକ: ଭିଡିଓ ଭାଇରାଲ

ଗାନ୍ଧିନଗର,୧୦।୯: ଗୁଜରାଟର ବନସକାଣ୍ଠା ଜିଲାରେ ଘଟିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଏଠାରେ ଥିବା ପାଲନପୁରରେ ଜଣେ ଯୁବକ ୪ ମହଲା ଘରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ, ବାସଣା ଗାଁ ବାସିନ୍ଦା ରାହୁଲ ବାଲ୍ମିକିଙ୍କର ବିବାହ ସ୍ଥିର ହୋଇଥିଲା। ହେଲେ ଶେଷରେ କନ୍ୟା ଏହି ବିବାହରେ ରାଜି ହୋଇ ନ ଥିଲେ। ଆଉ ଏହା ଜାଣିବା ପରେ ରାହୁଲ ଦୁଃଖରେ ଭାଙ୍ଗି ପଡିବା ସହ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। ଏହା ଜଣାପଡିବା ପରେ ସ୍ଥାନୀୟ ଲୋକେ ତାଙ୍କୁ ବହୁ ବୁଝାସୁଝା କରିଥିଲେ। ହେଲେ ସେ କିଛି ଶୁଣି ନ ଥିଲେ । ଇତିମଧ୍ୟରେ ପୋଲିସକୁ ଖବର ଦିଆଯାଇଥିବା ବେଳେ ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ରାହୁଲ ଚଢିଥିବା ୪ ମହଲା ତଳେ ବଡ ଚାଦର ଲଗାଇ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ଏହାପରେ କେତେଜଣ ପୋଲିସକର୍ମୀ ଛାତ ଉପରକୁ ଯାଇ ତାଙ୍କୁ ଫେରାଇ ଆଣିବାକୁ ଚେଷ୍ଟା କରିବା ସମୟରେ ସେ ତଳକୁ ଡେଇଁପଡିଥିଲେ। ହେଲେ ଚାଦର ବନ୍ଧା ଯାଇଥିବାରୁ ସେ ତା’ ଉପରେ ପଡିଥିଲେ। ସାମାନ୍ୟ ଆହତ ହୋଇଥିବା ରାହୁଲଙ୍କୁ ପୋଲିସ ଉଦ୍ଧାର କରି ତାଙ୍କ ମାତାପିତାଙ୍କ ଜିମା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri