Posted inଜାତୀୟ

ବିବାହ ପାଇଁ କନ୍ୟା ରାଜି ନ ହେବାରୁ ୪ ମହଲା ଛାତରୁ ଡେଇଁଲେ ଯୁବକ: ଭିଡିଓ ଭାଇରାଲ

ଗାନ୍ଧିନଗର,୧୦।୯: ଗୁଜରାଟର ବନସକାଣ୍ଠା ଜିଲାରେ ଘଟିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଏଠାରେ ଥିବା ପାଲନପୁରରେ ଜଣେ ଯୁବକ ୪ ମହଲା ଘରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ, ବାସଣା ଗାଁ ବାସିନ୍ଦା ରାହୁଲ ବାଲ୍ମିକିଙ୍କର ବିବାହ ସ୍ଥିର ହୋଇଥିଲା। ହେଲେ ଶେଷରେ କନ୍ୟା ଏହି ବିବାହରେ ରାଜି ହୋଇ ନ ଥିଲେ। ଆଉ ଏହା ଜାଣିବା ପରେ ରାହୁଲ ଦୁଃଖରେ ଭାଙ୍ଗି ପଡିବା ସହ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। ଏହା ଜଣାପଡିବା ପରେ ସ୍ଥାନୀୟ ଲୋକେ ତାଙ୍କୁ ବହୁ ବୁଝାସୁଝା କରିଥିଲେ। ହେଲେ ସେ କିଛି ଶୁଣି ନ ଥିଲେ । ଇତିମଧ୍ୟରେ ପୋଲିସକୁ ଖବର ଦିଆଯାଇଥିବା ବେଳେ ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ରାହୁଲ ଚଢିଥିବା ୪ ମହଲା ତଳେ ବଡ ଚାଦର ଲଗାଇ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ଏହାପରେ କେତେଜଣ ପୋଲିସକର୍ମୀ ଛାତ ଉପରକୁ ଯାଇ ତାଙ୍କୁ ଫେରାଇ ଆଣିବାକୁ ଚେଷ୍ଟା କରିବା ସମୟରେ ସେ ତଳକୁ ଡେଇଁପଡିଥିଲେ। ହେଲେ ଚାଦର ବନ୍ଧା ଯାଇଥିବାରୁ ସେ ତା’ ଉପରେ ପଡିଥିଲେ। ସାମାନ୍ୟ ଆହତ ହୋଇଥିବା ରାହୁଲଙ୍କୁ ପୋଲିସ ଉଦ୍ଧାର କରି ତାଙ୍କ ମାତାପିତାଙ୍କ ଜିମା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri