ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣା : ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ରସୁଲପୁର, ୭ା୬(ଡି.ଏନ.ଏ.):  ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣାରେ ଜଣେ ଯୁବତୀ ଗୁରୁବାର ନ୍ୟାୟ ପାଇଁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରସୁଲପୁର ବ୍ଲକ ଅନ୍ତର୍ଗତ ଓଡ଼ିଶୋ ପଞ୍ଚାୟତ ବାହାବାଳପୁର ଗ୍ରାମର ସତ୍ୟଜିତ୍‌ ରାଉତଙ୍କ ଓଡ଼ିଶୋ ପଞ୍ଚାୟତର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିଲା। ପରେ ବିବାହ ପ୍ରତିଶ୍ରୁତି ଦେଇ ସତ୍ୟଜିତ ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଆସୁଥିଲେ। ହେଲେ ବିବାହ କରିବାକୁ ମନା କରିବାରୁ ଯୁବତୀ ଜଣକ କୁଆଖିଆ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବାର ସପ୍ତାହକ ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ଯୁବତୀ ଗତ ୪ତାରିଖରେ ଯାଜପୁର ଜିଲା ଆରକ୍ଷୀ ଅଧୀକ୍ଷଙ୍କୁ ଭେଟି ଅଭିଯୋଗ କରିଥିଲେ।
ପ୍ରକାଶ ଯେ, ମେ ୨୫ ତାରିଖ ରାତିରେ ସତ୍ୟଜିତ ପ୍ରେମିକାଙ୍କ ଘରକୁ ଆସି ସମ୍ପର୍କ ରଖିବାକୁ ପ୍ରୟାସ କରିଥିଲେ। ସତ୍ୟଜିତଙ୍କ ମନ୍ଦ ଉଦ୍ଦେଶ୍ୟ ସମ୍ପର୍କରେ ଜାଣି ତାଙ୍କ ସହ ମିଳାମିଶା କରିବାକୁ ଯୁବତୀ ବାରଣ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପାଟିଶୁଣି ପରିବାର ଲୋକେ ସତ୍ୟଜିତଙ୍କୁ କାବୁ କରିଥିଲେ। ଏହି ଘଟଣାକୁ ନେଇ ଊଭୟ ପରିବାର ମଧ୍ୟରେ ଆଲୋଚନା ହୋଇଥିଲା। ଏହାର ସୁଯୋଗରେ ସତ୍ୟଜିତ ଖସି ପଳାଇଯାଇଥିଲେ। ପରେ ସତ୍ୟଜିତଙ୍କ ପରିବାର ଘଟଣା ସମ୍ପର୍କରେ ଆଲୋଚନା କରିବାକୁ ରାଜି ନ ହେବାରୁ ଯୁବତୀ ବାଧ୍ୟ ହୋଇ ଥାନାରେ ଅଭିଯୋଗ କରିଥିଲେ। ଯୁବକ ଜଣକ ଗଁ।ରେ ଖୁଲମଖୁଲା ବୁଲୁଥିବାବେଳେ ଥାନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଜଣାପଡ଼ିଛି। ପୋଲିସ ରାଜନୈତିକ ଚାପରେ ତାଙ୍କୁ ଗିରଫ କରୁ ନ ଥିବା ପୀଡ଼ିତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri