ବିବାହ ବାର୍ଷିକରେ ରୋଗୀଙ୍କୁ ଫଳ ବାଣ୍ଟିଲେ

ବନ୍ତ,୫।୩(ସ୍ବ.ପ୍ର.)-ନିଜ ବିବାହ ବାର୍ଷିକରେ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ଓ ବିସ୍କୁଟ ବାଣ୍ଟି ପ୍ରଶଂସା ସାଉଣ୍ଟିଛନ୍ତି ବନ୍ତ ବ୍ଲକ ସରମରା ଗ୍ରାମର ଦମ୍ପତି ପ୍ରିୟବ୍ରତ ରାଉତ ଓ ଶୁଭଶ୍ରୀ ରାଉତ। ଏହି ଦମ୍ପତି ଗୁରୁବାର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଫଳ ବାଣ୍ଟିବା ସହ ରୋଗୀମାନଙ୍କ ସହ ଭାବବିନିମୟ କରିଥିଲେ। ପେସାରେ ପ୍ରିୟବ୍ରତ ଜଣେ ପ୍ରାଣୀ ନିରୀକ୍ଷକ ଓ ଶୁଭଶ୍ରୀ ଶିକ୍ଷୟିତ୍ରୀ। ୩ୟ ବିବାହ ବାଷର୍ର୍ିକକୁ ସେମାନେ ନିଆରା ଢଙ୍ଗରେ ପାଳି ଖୁସିବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟରେ ସେମାନଙ୍କୁ ପ୍ରିୟବ୍ରତଙ୍କ ମା’ ସାବିତ୍ରୀ, ବନ୍ଧୁ କୀର୍ତ୍ତିଶଙ୍କର ମହାନ୍ତି ଓ ରାଜୀବ ଲୋଚନ ରାୟ ସହଯୋଗ କରିଥିଲେ। ବିବାହ ବାର୍ଷିକରେ ଏଭଳି ପଦକ୍ଷେପକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର, ଷ୍ଟାଫନର୍ସ ଓ କର୍ମଚାରୀଙ୍କ ସମେତ ରୋଗୀଙ୍କ ସମ୍ପର୍କୀୟମାନେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri