ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ବଲିଉଡ୍‌ ବାଦଶାହ

ମୁମ୍ବାଇ: ବେଶ୍‌ କିଛି ଦଶନ୍ଧି ଧରି ବଲିଉଡ୍‌ ଓ କୋଟି କୋଟି ଦର୍ଶକଙ୍କ ହୃଦୟରେ ରାଜ କରି ଆସୁଛନ୍ତି ବଲିଉଡ୍‌ ବାଦଶାହ ଶାହରୁଖ ଖାନ। ଶାହରୁଖ କେବଳ ପରଦାରେ ଜଣେ ସଫଳ ଅଭିନେତା ନୁହଁନ୍ତି ବରଂ ନିଜ ପର୍ସନାଲ ଲାଇଫରେ ଜଣେ ସଫଳ ସ୍ବାମୀ ମଧ୍ୟ। ଶୁକ୍ରବାର ଶାହରୁଖ ଓ ସ୍ତ୍ରୀ ଗୌରୀ ଖାନ ନିଜର ୨୮ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ଶାହରୁଖ ରୋମାଣ୍ଟିକ ଅନ୍ଦାଜରେ ଗୌରୀଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଗୌରୀ ଓ ଶାହରୁଖ ଏକାସାଙ୍ଗରେ ନଜର ଆସୁଛନ୍ତି। ଫଟୋ ଶେୟାର କରିବା ସହ ବାଦଶାହ କ୍ୟାପଶନରେ ଲେଖିଛନ୍ତି, ଏଭଳି ଲାଗୁଛି ଯେପରି କାଲିର କଥା, ଏହାରି ଭିତରେ ୩ ଦଶନ୍ଧି ବିତିଗଲାଣି ଏବଂ ୩ଟି ସନ୍ତାନ ଆମ ଜୀବନକୁ ଆହୁରି ରଙ୍ଗୀନ କରିସାରିଛନ୍ତି। ମୁଁ ଯେତିକି ବି ପରୀ କାହାଣୀ ଶୁଣିଛି, ତା ଅପେକ୍ଷା ଯେତିକି ସୁନ୍ଦର ହେବା କଥା ମୋତେ ତା’ଠାରୁ ଅଧିକ ସୁନ୍ଦର ସ୍ତ୍ରୀ ମିଳିଛି। ବିବାହ ବାର୍ଷିକୀରେ ଶାହରୁଖଙ୍କ ଏହି ପୋଷ୍ଟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିସହ ଦୁଇଜଣଙ୍କୁ ବଲିଉଡ୍‌ ଷ୍ଟାର ଓ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଗୌରୀ ଖାନ ମଧ୍ୟ ଏକ ସଫଳ ମହିଳା। ପରଦା ପଛରେ ଥାଇ ଶାହରୁଖଙ୍କୁ ସବୁ ସମୟରେ ସପୋର୍ଟ କରୁଥିଲେ ଗୌରୀ। ସେ ଶାହରୁଖଙ୍କ ବହୁ ହିଟ୍‌ ଫିଲ୍ମକୁ ପ୍ରଯୋଜନା କରିଛନ୍ତି। ୨୦୦୪ରେ ଫିଲ୍ମ ‘ମେଁ ହୁଁ ନା’ ଜରିଆରେ ପ୍ରଯୋଜକ ଭାବେ ବଲିଉଡ୍‌ରେ ସେ ପାଦ ରଖିଥିଲେ। ଏହାପରେ ଗୌରୀ ‘ଓମ୍‌ ଶାନ୍ତି ଓମ୍‌’ ଓ ‘ହାପି ନ୍ୟୁ ଇୟର’ ଭଳି ବଡ଼ ବଡ଼ ଫିଲ୍ମକୁ ପ୍ରଯୋଜନା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri