ବିବାହ ଭୋଜିରେ ଯୋଗ ଦେଉଥିଲେ ଏସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ବିବାହ ବା ଅନ୍ୟ କୌଣସି ଭୋଜିରେ ଖାଇବାକୁ ଥିଲେ ଅନେକ ଲୋକ ଆଗ୍ରହ ସହକାରେ ଅଧିକ ଖାଇବା ଦେଖାଯାଇଥାଏ। ହେଲେ ଏହା ଆଦୌ ଠିକ୍‌ ନୁହେଁ। କାରଣ ଏହା ଶରୀର ଉପରେ କୁପ୍ରଭାବ ପକାଇଥାଏ।
-ଭୋଜିରେ ଖାଇବା ପୂର୍ବରୁ ପେଟ ଖାଲି ରଖିବା ଠିକ୍‌ ନୁହେଁ। କାରଣ ଖାଲି ପେଟରେ ବହୁତ ତେଲ ମସଲା ଯୁକ୍ତ ଖାଦ୍ୟ ଖାଇଲେ ଏହା ଶରୀରରେ କୁପ୍ରଭାବ ପକାଇଥାଏ। ହଜମ କରିବାରେ ଅସୁବିଧା ହେବା ସହ ଗ୍ୟାସ ବା ଏସିଡିଟି ଭଳି ସମସ୍ୟା ସୃଷ୍ଟି କରିଥାଏ।
-ଭୋଜିରେ କେବେବି ଅଧିକ ପରିମାଣରେ ଧୂମ୍ରପାନ କରନ୍ତୁ ନାହିଁ କି ମାଦକ ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ। ବିଶେଷ କରି ମଦ୍ୟପାନ କରିବା ଆଦୌ ଉଚିତ୍‌ ନୁହେଁ। କାରଣ ଏଥିରେ ପ୍ରଚୁର ପରିମାଣରେ କ୍ୟାଲୋରୀ ଥିବାରୁ ଏହା ଶରୀରକୁ ଅସୁସ୍ଥ କରି ଦେଇଥାଏ।
-ବିବାହ ଭୋଜିରେ ତେଲ ଛଣା ଖାଦ୍ୟକୁ ଯେତେ ସମ୍ଭବ ଆଡେଇ ଯିବା ଭଲ। କାରଣ ଏହା ଖାଇବା ଦ୍ୱାରା ଶରୀରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇଥାଏ।
-ଭୋଜିରେ ହାଲ୍‌କା ଖାଦ୍ୟ ଗ୍ରହଣ କରିବା ଭଲ। ଏହା ଶରୀରକୁ ସୁସ୍ଥ ରଖିଥାଏ। ରାତିରେ ଭୋଜିରେ ଯୋଗ ଦେବାକୁ ହେଲେ ସକାଳର ଜଳଖିଆ ସହ ମଧ୍ୟାହ୍ନ ଭୋଜନ ଠିକ୍‌ ଭାବେ କରିବା ଭଲ। କାରଣ ପେଟ ବେଶୀ ସମୟ ଖାଲି ରଖି ଏକାଥରେ ରାତିରେ ଖାଇଲେ ଏହା ଶରୀରକୁ ରୋଗାକ୍ରାନ୍ତ କରିଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri