ବିବାହ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ

ପାଟପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡ଼ା ଗ୍ରାମରେ ଶୁକ୍ରବାର ରାତିରେ ଏକ ବିବାହ ଶୋଭାଯାତ୍ରାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଉଭୟ  ଗୋଷ୍ଠୀର ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ମଧ୍ୟ ପୁଣି ଉଭୟ ଗୋଷ୍ଠୀ ମାଡ଼ପିଟ ହୋଇଥିଲା। ଆହତମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି ।

ପ୍ରକାଶ ଯେ, ଆଡ଼ପଡ଼ାର ଦଣ୍ଡିଆ ପ୍ରଧାନଙ୍କ ପୁଅର ତାଙ୍କରି ଗ୍ରାମରେ ବିବାହ ନିମନ୍ତେ ଶୁକ୍ରବାର ରାତି ପ୍ରାୟ ୧ଟାରେ ବରଯାତ୍ରୀ ଦଳ ଶୋଭାଯାତ୍ରାରେ ଯାଉଥିଲେ। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବରଯାତ୍ରୀ ଦଳରେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ପରେ ସେମାନଙ୍କ ମଧ୍ୟରେ ଆକ୍ରମଣ ପ୍ରତିଆକ୍ରମଣ ହେବାରୁ ୧୨ରୁ ଉର୍ଦ୍ଧ୍ୱ ଆହତ ହୋଇଥିଲେ। କୌଣସି ପ୍ରକାରେ ବୁଝାଶୁଝା ପରେ ଗଣ୍ଡଗୋଳ ଥମିବାରୁ ଆହତମାନେ ଆଡ଼ପଡ଼ା ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିଲେ। ସେଠାରେ ପୁଣି ଉଭୟ  ଗୋଷ୍ଠୀ ମାରପିଟ ହେବାରୁ ସ୍ବାସ୍ଥ୍ୟକେନ୍ଦ୍ର କବାଟ କାଚ ଭାଙ୍ଗିଯାଇଛି।ପୋଲିସ ପହଞ୍ଚିବାରୁ ଉତ୍ତେଜନା ଥମିଥିଲା। ଆହତମାନଙ୍କ ମଧ୍ୟରୁ ଶିବ ପ୍ରଧାନ, ଲିଟୁ ପ୍ରଧାନ, ମିଥୁନ ଭୋଳ, ରଞ୍ଜନ ଭୋଳ, ଲକ୍ଷ୍ମୀ ପ୍ରଧାନଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ସେହିପରି ଦୀପକ ପ୍ରଧାନ, ପ୍ରଫୁଲ ପ୍ରଧାନ, ଶମ୍ଭୁ ପ୍ରଧାନ, ବିଜୟ ଭୋଳ, ପରିିକ୍ଷିତ ଭୋଳ ଓ ଅନ୍ୟ ୨ ଜଣ ଆଡ଼ପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଦୁଇ ଗୋଷ୍ଠୀ ମଧ୍ୟରୁ କେହି ବି ଥାନାରେ ଏତଲା ଦେଇନାହାନ୍ତି। ପୋଲିସ ଆହତମାନଙ୍କ ବୟାନ ରେକର୍ଡ କରି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri