ବିବାହ ସାରି ଭାରତ ଫେରିଲେ ନୁସରତ ଜହାଁ

ପଶ୍ଚିମବଙ୍ଗର ଲୋକପ୍ରିୟ ଅଭିନେତ୍ରୀ ତଥା ଟିଏମସିର ନବନିର୍ବାଚିତ ଏମ୍‌ପି ନୁସରତ ଜହାଁ ବିବାହ ସାରି ଭାରତ ଫେରିଛନ୍ତି। ସ୍ବାମୀ ନିଖିଲ ଜୈନଙ୍କ ସହ ବିମାନ ବନନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଗତ ୧୯ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ନୁସରତ। ସେ ପଶ୍ଚିମବଙ୍ଗର ବ୍ୟବସାୟୀ ନିଖିଳ ଜୈନଙ୍କୁ ବିବାହ କରିଛନ୍ତି। ସୂଦୂର ତୁର୍କୀରେ କେବଳ ପରିବାର ସଦସ୍ୟ ଓ କିଛି ଖାସ ବନ୍ଧୁଙ୍କ ଗହଣରେ ହିନ୍ଦୁ ରୀତିନୀତି ଅନୁଯାୟୀ ଏହି ବିବାହ ସମ୍ପନ୍ନ ହୋଇଥିଲା। ପଶ୍ଚିମବଙ୍ଗର ବସିରହାଟ ଲୋକ ସଭା ଆସନରୁ ଲଢି ଜିତିଥିଲେ ନୁସରତ। ବିବାହ ଥିବାରୁ ସେ ଏମ୍‌ପି ଭାବେ ଶପଥ ନେଇନାହାନ୍ତି। ନୁସରତଙ୍କ ପରିବାର ତରଫରୁ ଭାରତରେ ଏକ ଗ୍ରାଣ୍ଡ ପାର୍ଟି ଆୟୋଜନ ହେବ ବୋଲି କୁହାଯାଇଛି। ନୁସରତ ୨୦୧୦ ମସିହାରେ ଏକ ବିୟୁଟି କଣ୍ଟେଷ୍ଟରେ ଅଂଶଗ୍ରହଣ କରି ବିଜେତା ହେବା ପରେ ମଡେଲିଂ ଦୁନିଆରେ ପାଦ ଦେଇଥିଲେ। ଏହାପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତାର ପାହାଚ ଚଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri