ବିଭାଗରେ ରହୁନାହାନ୍ତି ପୌର କର୍ମଚାରୀ: ଅଭିଯୋଗକାରୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଅନୁଗୋଳ ଅଫିସ, ୧୦।୧- ଅନୁଗୋଳ ପୌରପାଳିକାକୁ ବିଭିନ୍ନ ଅଭିଯୋଗ ନେଇ ଆସୁଥିବା ସହରବାସୀ ଅନେକ ସମୟରେ ବିଭାଗୀୟ କର୍ମଚାରୀଙ୍କୁ ଅଫିସରେ ପାଉନାହାନ୍ତି। କାର୍ଯ୍ୟାଳୟ ଖୋଲାଥିଲେ ବି ବିଭିନ୍ନ ବିଭାଗର କେତେଜଣ କର୍ମଚାରୀ ତାଙ୍କ ଆସନରେ ଅଧିକାଂଶ ସମୟ ରହୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ବିଶେଷକରି ଜନ୍ମ ମୃତ୍ୟୁ ବିଭାଗରେ ଏପରି ଅବ୍ୟବସ୍ଥା ଏବେ ଅସନ୍ତୋଷର କାରଣ ହୋଇଛି। ଏ ନେଇ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, କର୍ମଚାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଅନୁଗୋଳ ପୌରପାଳିକାରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରାଯାଇଛି। କେତେକ ବିଭାଗରେ ସିସିଟିଭି ମଧ୍ୟ ଲଗାଯାଇଛି। କିନ୍ତୁ କେତେଜଣ ପୌର କର୍ମଚାରୀଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ୁନାହିଁ। ସେମାନେ ଉପସ୍ଥାନ ପକାଇବା ପରେ ଅଧିକାଂଶ ସମୟ ଆସନରେ ରହୁନାହାନ୍ତି। ଏ ନେଇ ଅଭିଯୋଗ ନେଇ ଆସୁଥିବା ଜନସାଧାରଣ ପ୍ରଶ୍ନ କଲେ କେତେବେଳେ ସମ୍ପୃକ୍ତ କର୍ମଚାରୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଫାଇଲ ନେଇ ଯାଇଛନ୍ତି ତ ଆଉ କେତେବେଳେ ପିଡିଙ୍କ ପାଖକୁ ଯାଇଛନ୍ତି ବୋଲି ଅନ୍ୟ କର୍ମଚାରୀମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri