ବିଭିନ୍ନ କଲେଜରେ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଯାଞ୍ଚ

ବାଲେଶ୍ୱର ଅଫିସ, ୨୨।୧୨-ଭାରତ ସରକାରଙ୍କ ଯୁବନୀତି ୨୦୧୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଏଫଏମ୍‌ କନିଷ୍ଠ ମହାବିଦ୍ୟାଳୟ ତରଫରୁ ଯୁକ୍ତ ୨ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ରୀ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଜିଲାସ୍ତରୀୟ ଯାଞ୍ଚ ହୋଇଥିଲା। ନୋଡ଼ାଲ ଅଧ୍ୟକ୍ଷ ପର୍ଶୁରାମ ଜେନାଙ୍କ ତତ୍ତ୍ୱାବଧାନରେ ଯାଞ୍ଚ ଟିମ୍‌ ବିଭିନ୍ନ ମହାବିଦ୍ୟାଳୟ ପରିଦର୍ଶନ କରି ଯାଞ୍ଚ କରିଥିଲେ। ଜିଲା ସଂଯୋଜକ ଡ. ସନ୍ତୋଷ କୁମାର ରାଉତ, ନୋଡାଲ ପ୍ରୋଗ୍ରାମ ଅଫିସର ଡ. ତପସ୍ବିନୀ ନାଏକ, ଅଧ୍ୟାପିକା ସୁଲୋଚନା ସିଂ, ମୁଖ୍ୟ କିରାଣି ବଳରାମ ନାଏକ ଏବଂ ନୋଡ଼ାଲ ସାମ୍‌ସ ଡିଇଓ ଅତନୁ କୁମାର ସାହୁ ପ୍ରମୁଖ ଗତ ୧୩ରୁ ୨୦ତାରିଖ ପର୍ଯ୍ୟନ୍ତ ଜିଲାର ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟରେ ଛାତ୍ରୀ ଆମତ୍ସୁରକ୍ଷା କାର୍ଯ୍ୟକ୍ରମର ତଦାରଖ କରିଥିଲେ।
ସୂଚନା ଅନୁଯାୟୀ ଜିଲାରେ ଯୁକ୍ତ ୨ ସ୍ତରରେ ଅଧିକାଂଶ ମହାବିଦ୍ୟାଳୟରେ ଛାତ୍ରୀ ଆମତ୍ସୁରକ୍ଷା କାର୍ଯ୍ୟକ୍ରମ ସଫଳ ଭାବରେ ଚାଲିଛି। କେତେକ ମହାବିଦ୍ୟାଳୟରେ ପ୍ରଶିକ୍ଷକଙ୍କ ଅଭାବ ଯୋଗୁ କାର୍ଯ୍ୟକ୍ରମ ବିଳମ୍ବ ହେଉଛି। ଭୁବନେଶ୍ୱରର ଉତ୍କଳ କରାଟେ ସ୍କୁଲରେ ଟ୍ରେନିଂ ପରେ ଉକ୍ତ ମହାବିଦ୍ୟାଳୟଗୁଡ଼ିକୁ ମାଷ୍ଟରଟ୍ରେନର ଯୋଗାଇଦେବା ପରେ ସମସ୍ତ ମହାବିଦ୍ୟାଳୟରେ କାର୍ଯ୍ୟକ୍ରମ ସୁରୁଖୁରୁରେ ଚାଲିବ ବୋଲି ଜିଲା ସଂଯୋଜକ ଡ. ରାଉତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri