ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ ସୁବିଧାନେଇ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ଏଥିପ୍ରତି ସେମାନେ ଦୃଷ୍ଟି ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏ ନେଇ ସଂଘ ପକ୍ଷରୁ ସୋମବାର ସକାଳ ୭ଟାରୁ ଅନୁଗୋଳ- ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥରୁ ଜିନ୍ଦଲ ଯାଇଥିବା ରାସ୍ତାକୁ ଜରଡାଠାରେ ଅବରୋଧ କରାଯାଇଥିଲା। ଜରଡ଼ା କ୍ଷତିଗ୍ରସ୍ତ ପ୍ରଜା ସଂଘ ସଭାପତି ନରୋତ୍ତମ ସାହୁଙ୍କ ନେତୃତ୍ୱରେ ଜିନ୍ଦଲ କମ୍ପାନୀ ଅଧିକୃତ କରିଥିବା ଜମିର ଉଚିତ ମୂଲ୍ୟ ଏବଂ ବର୍ଦ୍ଧିତ ମୂଲ୍ୟ ପ୍ରଦାନ, ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ଥଇଥାନ ଓ ସ୍ଥାୟୀ ନିଯୁକ୍ତି, କ୍ଷତିଗ୍ରସ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ, ଜିନ୍ଦଲ କମ୍ପାନୀର ପ୍ରଦୂଷଣ ବନ୍ଦ ଆଦି ଦାବିରେ ଜରଡା, ହଳଧରପୁର, କେରଜାଙ୍ଗ ଆଦି ଗ୍ରାମର ଶତାଧିକ କ୍ଷତିଗ୍ରସ୍ତ ପ୍ରଜାମାନେ ଜନ ଆନ୍ଦୋଳନ କରିବା ସହ ଧାରଣାରେ ବସିଥିଲେ। ଖବର ପାଇ ଜରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri