ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ ହୋଇରହିଛି। ଯୋଡାବାସୀ ବିଭିନ୍ନ ମୌଳିକ ସୁବିଧା ତଥା ଉପଯୁକ୍ତ ଶିକ୍ଷା, ସ୍ବାସ୍ଥ୍ୟ , ଗମନାଗମନ ସୁବିଧା ପ୍ରଭୃତିରୁ ଏବେ ବି ବଞ୍ଚିତ ହୋଇରହିଛନ୍ତି। ଏହାର ପ୍ରତିବାଦରେ ଯୋଡା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ପୂରଣ ନେଇ ଜୁନ୍ ୧ ତାରିଖ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦେବାପାଇଁ ଯୋଡାବାସୀଙ୍କୁ ଆହ୍ବାନ ଦିଆଯାଇଛି। ଏଥିରେ ସହରର ମହିଳା ସଂଗଠନ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବ୍ୟବସାୟିକ ଅନୁଷ୍ଠାନ, ବୁଦ୍ଧିଜୀବୀ, ଯୁବଗୋଷ୍ଠୀ, ଯୋଡା ଟ୍ରକ୍ ମାଲିକ ସଂଘ ପ୍ରମୁଖ ସହମତି ପ୍ରଦାନ କରିଛନ୍ତି। ବିଭିନ୍ନ ଦାବି ମଧ୍ୟରେ ଯୋଡା ସହର ମଧ୍ୟ ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ର ରଣାଶାଳ ଘାଟି ଠାରୁ ପଳାଶପଙ୍ଗା ପର୍ଯ୍ୟନ୍ତ ନବୀକରଣ ଏବଂ ପ୍ରଶସ୍ତୀକରଣ କାର୍ଯ୍ୟ ତୁରନ୍ତ ଶେଷ କରିବା, ୫୨୦ନଂ ଜାତୀୟ ରାଜପଥର କାର୍ଯ୍ୟ ତ୍ୱରାନ୍ବିତ କରିବା, ଘନ ଘନ ବିଜୁଳି କାଟ୍ର ତୁରନ୍ତ ପ୍ରତିକାର, ଯୋଡା ସହରକୁ ସ୍ବଚ୍ଛ, ପର୍ଯ୍ୟାପ୍ତ ଓ ନିୟମିତ ଜଳ ଯୋଗାଣ ବ୍ୟବସ୍ଥା କରିବା ପ୍ରଭୃତି ଦାବି କରାଯାଇଛି। ଏହି ଦାବି ପୂରଣ ନ ହେଲେ ଏହି ଧାରଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଦିଆଯିବ ବୋଲି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶିରିଶ ଚନ୍ଦ୍ର ମହାନ୍ତି କହିଛନ୍ତି।
Posted inHome, ଆମ ଜିଲା ଖବର, କେନ୍ଦୁଝର View All
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା
ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…
ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…
ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….
ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…
ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…
ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

