ବିଭିନ୍ନ ଦାବି ନେଇ ଦୁଇଦିନିଆ ବଲାଙ୍ଗୀର ବନ୍ଦ ପାଳନ ଆରମ୍ଭ

ବଲାଙ୍ଗୀର ଅଫିସ, ୧୮।୧୨: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃପ୍ରତିଷ୍ଠା, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି। ଆକ୍ସନ କମିଟି ସଦସ୍ୟମାନେ ସକାଳୁ ବିଭିନ୍ନ ସରକାରୀ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିନରେ ଥିବା ସମସ୍ତ ଅଫିସ, ବ୍ୟାଙ୍କ, ବୀମା ପ୍ରତିଷ୍ଠାନ, ଡାକଘର ବନ୍ଦ କରାଯାଇଛି। ଜିଲାପାଳ ଅଫିସ ସମ୍ମୁଖରେ କମିଟି ସଦସ୍ୟମାନେ ଧାରଣା ଦେଇଛନ୍ତି। ଏହି ଆନ୍ଦୋଳନକୁ ସହରର ବିଭିନ୍ନ ସାମାଜିକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଗୁରୁବାର ମଧ୍ୟ ଆନ୍ଦୋଳନ ଜାରି ରହିବ ବୋଲି ଆକ୍ସନ କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri