ବିଭିନ୍ନ ଦାବି ନେଇ ଧାରଣାରେ ବସିଲେ ସୁରକ୍ଷା କର୍ମୀ

ବ୍ରହ୍ମପୁର ଅଫିସ,୧ା୭-  ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ଶତାଧିକ ସୁରକ୍ଷା କର୍ମୀ ବିଭିନ୍ନ ଦାବି ନେଇ ରବିବାର ଅପରାହ୍ନରେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଦାବିଗୁଡିକ ମଧ୍ୟରେ ରହିଛି, ସେମାନଙ୍କୁ ନିୟମିତ ଭାବେ ମାସକୁ ମାସ ଦରମା ପ୍ରଦାନ କରିବା, ସେମାନଙ୍କ ଦରମାରୁ ଇପିଏଫ ବାବଦକୁ କାଟୁଥିବା ଟଙ୍କାର ହିସାବ ଦିଆଯାଉ, ଶ୍ରମ ବିଭାଗ ତରଫରୁ ସେମାନଙ୍କ ପାଇଁ ଘୋଷଣା ହୋଇଥିବା ବର୍ଦ୍ଧିତ ଦରମା ଖୁବଶୀଘ୍ର ପ୍ରଦାନ କରାଯାଉ ବୋଲି ସେମାନେ ଦାବି କରିଥିଲେ। ଗଞ୍ଜାମ ସିକ୍ୟୁରିଟି ସର୍ଭିସ ସଂସ୍ଥା ତରଫରୁ ସୁରକ୍ଷା କର୍ମୀମାନେ ୩ ଟି ପର୍ଯ୍ୟାୟରେ ଏମ୍‌କେସିଜି ମେଡିକାଲରେ କାମ କରୁଛନ୍ତି। ସଂସ୍ଥା କ୍ଷେତ୍ରରକ୍ଷକ ଥିବା ବାବୁଲା ସେଠୀ ବିନା କାରଣରେ କାର୍ଯ୍ୟରତ ସୁରକ୍ଷା କର୍ମୀଙ୍କୁ ଗାଳି ଗୁଳଜ କରିବା ସହ ଧମକ ଦେଉଛନ୍ତି। ଏହାର ଦୃଢ଼ ପ୍ରତିବାଦ କରାଯାଇଥିଲା ବୋଲି ସୁପରଭାଇଜର ଏ. ସୁମନ କୁମାର କହିଛନ୍ତି। ଖବର ପାଇ ସଂସ୍ଥା ପରିଚାଳକ ଟୁନା ପାଣିଗ୍ରାହୀ ସେଠାରେ ପହଞ୍ଚି ସୁରକ୍ଷା କର୍ମୀଙ୍କ ଦାବି ଗୁଡିକ ସମ୍ପର୍କରେ ସୋମବାର ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଥିଲେ । ପରେ ଧାରଣାରେ ବସିଥିବା ସୁରକ୍ଷା କର୍ମୀ ଧାରଣା ପ୍ରତ୍ୟାହୃତ କରିଥିଲେ। ସୋମବାର ସଂସ୍ଥା ପରିଚାଳକ ଦାବି ଗୁଡିକ ପୂରଣ ନ କରିଲେ ସେମାନେ ପୁଣି ଥରେ ଅର୍ନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବେ ବୋଲି ସୁପରଭାଇଜର ସୁମନ ଓ ପୀତବାସ ସୁରୀ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?