ବିଭିନ୍ନ ଧର୍ମର ତୀର୍ଥସ୍ଥଳୀ ବିକାଶ ପାଇଁ ୨୩ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଧର୍ମର ୨୩ଟି ତୀର୍ଥସ୍ଥଳୀର ବିକାଶ ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡରୁ ଖର୍ଚ୍ଚ କରାଯିବ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବରଗଡ ଜିଲାର ନୃସିଂହନାଥ ମନ୍ଦିର, ଭଦ୍ରକ ଜିଲାର ମା’ ଭଦ୍ରକାଳୀ, ବଲାଙ୍ଗୀରର ହରିଶଙ୍କର, ଢେଙ୍କାନାଳର ଶ୍ରୀଚନ୍ଦ୍ରଶେଖର ଜୀଉ ବିଜେ, ଜଗତ୍‌ସିଂହପୁରର ମା’ ଶାରଳା, ଯାଜପୁର ମା’ ବିରଜା, କେନ୍ଦୁଝରର ବଳଦେବ ଜୀଉ, କୋରାପୁଟର ଗୁପ୍ତେଶ୍ୱର ଏବଂ ନବରଙ୍ଗପୁରର ନୀଳକଣ୍ଠେଶ୍ୱର ମନ୍ଦିର ଉନ୍ନତୀକରଣ ପାଇଁ ୧ କୋଟି ଲେଖାଏ ଅନୁଦାନ ଘୋଷଣା କରାଯାଇଛି। ସେହିପରି ବଲାଙ୍ଗୀର ସିଏନଆଇ ଚର୍ଚ୍ଚ, ଖୋର୍ଦ୍ଧାର ବାପ୍‌ଟିଷ୍ଟ, କଟକ ମାଉଣ୍ଟ ହାଉସ, କଳାହାଣ୍ଡିର ସେଣ୍ଟ ପଲ୍‌ ପ୍ରୋଟେଷ୍ଟାଣ୍ଟ ଏବଂ ଭୁବନେଶ୍ୱରର ଚର୍ଚ୍ଚ ଅଫ ଖ୍ରୀଷ୍ଟକୁ ୧ କୋଟି ଲେଖାଏ ଅନୁଦାନ ଦେବାକୁ ଘୋଷଣା କରାଯାଇଛି। ସେହିପରି ପୁରୀର ଜାହାନାଇ ପୀର, ସୋନପୁରର ହାଜିର ଅବଦୁଲ ସକୁର ବାବା ତରଭା ସରିଫ, ଭଦ୍ରକର ଦରଘା-ଇ- ହଜୁର ମୁଜାହିଦ-ଇ- ମିଲାତ, ବାଲେଶ୍ୱରର ଭୁଜାଖିଆ ପୀର, ଭୁବନେଶ୍ୱରର ଜାମା ମସ୍‌ଜିଦ ଏବଂ ଖୋର୍ଦ୍ଧା ଜିଲାର ହଜରତ ବୁଖାରୀ ପୀର ବାବାଙ୍କ ମସ୍‌ଜିଦର ବିକାଶ ପାଇଁ ୧ କୋଟି ଲେଖାଏ ଏବଂ ସୁନ୍ଦରଗଡର ଗୁରୁସିଂ ସାହେବ ଗୁରୁଦ୍ୱାର ଏବଂ ପୁରୀ ଜିଲାର ବୌଳି ମଠ ପାଇଁ ୧ କୋଟି ଟଙ୍କା ଲେଖାଏ ଅନୁଦାନ ଦେବାକୁ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri