ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.)
ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା, ବାତ୍ୟା ଫନୀରେ ଘର ଭାଙ୍ଗିଥିବା କ୍ଷତିଗ୍ରସ୍ତଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରି ସହାୟତା ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହିତ ତାଙ୍କ ପୂର୍ବ ଏମ୍‌ପିଙ୍କ ପାଣ୍ଠିରୁ ମଞ୍ଜୁର ଅର୍ଥ ତୁରନ୍ତ ବିନିଯୋଗ କରି ଅଟକି ରହିଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ ତାଗିଦ କରିଥିଲେ। ମିଶନ ଶକ୍ତିରେ ମହିଳାମାନଙ୍କ ପାଇଁ ବ୍ଲକ ପରିସରରେ ଏକ ଗୃହ ନିର୍ମାଣ ନିମନ୍ତେ ୫ ଲକ୍ଷ ଟଙ୍କା ତାଙ୍କ ପାଣ୍ଠିରୁ ପ୍ରଦାନ କରିବା ପାଇଁ କହିଥିଲେ। ଏଥିସହିତ ଜଳଯୋଗାଣ, ସାମାଜିକ ଓ ଖାଦ୍ୟ ସୁରକ୍ଷା ଆଦି ବିଭିନ୍ନ ଯୋଜନା ଉପରେ ଏମ୍‌ପି ସମୀକ୍ଷା କରିଥିଲେ। ସମସ୍ତ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବା ଉପରେ ଗୁରୁତ୍ୱ ଦେବାକୁ ଉପସ୍ଥିତ ଅଧିକାରୀଙ୍କୁ କହିଥିଲେ। ଏହି ସମୀକ୍ଷା ବୈଠକରେ ବିଡିଓ ବାସୁଦେବ ମାହାରୀ, ଅନ୍ୟ ଅଧିକାରୀଙ୍କ ସମେତ ଭାଜପା ରାଜ୍ୟ ସମ୍ପାଦକ ବିଶ୍ୱରଞ୍ଜନ ବଡ଼ଜେନା, ସୁରଜ ପାଇକରାୟ,ଏମ୍‌ପିଙ୍କ ବ୍ଲକ ପ୍ରତିନିଧି ରବିନାରାୟଣ ସ୍ବାଇଁ, ମ୍ୟୁନିସିପାଲିଟି ପ୍ରତିନିଧି ପ୍ରତାପ ବରାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri