ବିଭିନ୍ନ ସମସ୍ୟା ନେଇ ଡଙ୍ଗରିଆ ଆଦିବାସୀଙ୍କ ଗଣ ବିକ୍ଷୋଭ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୁନିଗୁଡ଼ା,୮।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଲୋକଙ୍କ ମୌଳିକ ଅଧିକାର ନେଇ ଡଙ୍ଗରିଆ ଆଦିବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ମୁନିଗୁଡ଼ା ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛିି। ଏହି ଅବସରରେ ୫ ଶହରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଡଙ୍ଗରିଆ ଆଦିବାସୀ ଏକତ୍ରିତ ହୋଇ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ସ୍ଥାନୀୟ ମୁନିଖୋଲ ପଞ୍ଚାୟତ କାର୍ଯ୍ୟାଳୟରୁ ଏକ ରାଲିରେ ବାହାରି ସହର ପରିକ୍ରମା କରି ବିଭିନ୍ନ ସ୍ଲୋଗାନ ଦେଇ ବିଡିଓଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ୯ ଦଫା ଦାବିପତ୍ର  ବିଡିଓ ଦିଲ୍ଲୀପ କୁମାର ବେହେରାଙ୍କୁ ଜିଲାପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଦାବିପତ୍ରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ଦିଆ ନ ଯିବା, ନିୟମଗିରି ଅଞ୍ଚଳରେ ଅଧିକାଂଶ ଲୋକଙ୍କ ଆଧାର କାର୍ଡ ନ ଥିବାରୁ ରାସନ ବନ୍ଦ କରାଯାଇଥିବା ଆଦି ସମସ୍ୟାର ସମାଧାନ ନେଇ ଉଲ୍ଲେଖ ରହିଛି। ଯଥାଶୀଘ୍ର ଉକ୍ତ ଦାବି ପୂରଣ କରା ନ ଗଲେ ଆଗାମୀ ଦିନରେ ଏହି ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ରାଜ୍ୟ ଲୋକ ଶକ୍ତି ଅଭିଯାନର ଅଧ୍ୟକ୍ଷ ପ୍ରଫୁଲ୍ଲ ସାମନ୍ତରାୟ ଓ ସମାଜବାଦୀ ଜନ ପରିଷଦ ରାଷ୍ଟ୍ରୀୟ ଅଧ୍ୟକ୍ଷ ଲିଙ୍ଗରାଜ ଆଜାଦ ପ୍ରକାଶ କରିଛନ୍ତିl ଅନ୍ୟମାନଙ୍କ ମଧ୍ୟରେ ନିୟମଗିରି ସୁରକ୍ଷା ସମିତିର ଦଧି ପୁଷିକା, ଦାସରୁ କାଡ୍ରାକା, କୃଷ୍ଣ ସିକ୍‌କା, ସମ୍ବା ହୁଇକା ପ୍ରମୁଖ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri