ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର

ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାଇକ ରାଲିରେ ଯାଇ ମାରାଥନ ପ୍ରଚାର କରିଛନ୍ତି । ସେ ଗୁରୁବାର ପୂର୍ବାହ୍ନରେ ବଡ଼ଝରା ହାଇସ୍କୁଲ  ଖେଳପଡିଆରେ  ହେଲିକପ୍ଟର ଯୋଗେ ପହଞ୍ଚିଥିଲେ। ପରେ  ଏକ ବିଶାଳ ବାଇକ ରାଲିରେ ଯୋଗ ଦେଇ ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ।  ଏହି ବାଇକ ରାଲି ପ୍ରଥମେ ବଡ଼ଝରା ପରେ ମୁକ୍ତାପଶି ଗ୍ରାମରେ ହୋଇଥିଲା। ଏହି ରାଲିରେ ହଜାର ହଜାର  କର୍ମୀଙ୍କ ସହ ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ, ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ ସମେତ ଜିଲାପରିଷଦ ସଭ୍ୟ ରଞ୍ଜନ ପଣ୍ଡା, ଶରତ ଚନ୍ଦ୍ର ସାହୁ, ଜିଲା କୃଷକ ମୋର୍ଚ୍ଚା ସଭାପତି ଦୟାନିଧି ସାହୁ, ଜିଲା ଉପସଭାପତି ସୁଶାନ୍ତ ଦଳବେହେରା, ମଣ୍ଡଳ ସଭାପତି ପ୍ରଶାନ୍ତ ନାୟକ, ରବି ଜେନା, ଦୁର୍ଗା ନାୟକ, ବିଧାନସଭା ପ୍ରଭାରୀ ପ୍ରେମାନନ୍ଦ ଜେନା, ଦଳ ମୁଖପାତ୍ର ଦୁର୍ଗାପ୍ରସାଦ ସାହୁ, ପୂର୍ବତନ ସରପଞ୍ଚ ପ୍ରଶାନ୍ତ ଦଳବେହେରା, ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ଦୀପକ ଗୋଛାୟତ,ପରଜଙ୍ଗ ଯୁବମୋର୍ଚ୍ଚା ସମ୍ପାଦକ ସନ୍ତୋଷ କୁମାର ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସାହୁ,ବରିଷ୍ଠ ନେତା ଲଷ୍ମୀଧର ସାହୁ   ପ୍ରମୁଖ ଉପସ୍ଥିତ ଥିଲେ। ବାଇକ ରାଲି ସହ ବିଭିନ୍ନ ସ୍ଥାନରେ ସଭା ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri