ବିମାନବନ୍ଦରରେ ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌ କରାଯାଇଛି। ଆତଙ୍କବାଦୀମାନେ ଯଦି କୌଣସି ପରିସ୍ଥିତିରେ ବିମାନ ଅପହରଣ ବା ବିମାନବନ୍ଦର ଆକ୍ରମଣ କରିବାକୁ ଉଦ୍ୟମ କରନ୍ତି, ତାହାକୁ କିପରି ପ୍ରତିହତ କରିହେବ ସେନେଇ ବିଭିନ୍ନ ପ୍ରଶିକ୍ଷଣ ଦିଆଯାଇଛି। ସୁରକ୍ଷା ବିଭାଗରେ ନିୟୋଜିତ ଥିବା ଅଧିକାରୀ ଓ କର୍ମଚାରୀମାନେ ଏ ନେଇ ଅଭ୍ୟାସ କରିଥିଲେ। ବର୍ଷ ତମାମ ଏଭଳି ଅନେକ ପ୍ରକାର ମକ୍‌ ଡ୍ରିଲ କରାଯାଉଥିବାବେଳେ ଥରେ ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌ କରାଯାଉଥିବା ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ କୌଣସି ପ୍ରକାର ଜରୁରିକାଳୀନ ପରିସ୍ଥିତିକୁ ସୁରକ୍ଷାକର୍ମୀମାନେ ସମ୍ପୂର୍ଣ୍ଣ ମୁକାବିଲା ପାଇଁ ସଜାଗ ଅଛନ୍ତି। ଚଳିତ ବର୍ଷ ଏହି ମକ୍‌ ଡ୍ରିଲରେ ବିମାନବନ୍ଦର ସୁରକ୍ଷା ଦାୟିତ୍ୱରେ ଥିବା ସିଆଇଏସ୍‌ଏଫ୍‌, ରାଜ୍ୟ ପୋଲିସର ଷ୍ଟେଟ୍‌ ଟାକ୍‌ଟିକାଲ ୟୁନିଟ୍‌, ଆତଙ୍କବାଦୀ ନିରୋଧୀ ସ୍କ୍ବାଡ୍‌, ଗୋଇନ୍ଦା ସଂସ୍ଥାର ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇଥିଲେ। ରାଜ୍ୟ ସରକାରଙ୍କ ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ସିଆଇଏସ୍‌ଏଫ୍‌ ଡେପୁଟି କମାଣ୍ଡାଣ୍ଟ ଭି.ଭି.ଏସ୍‌. ଗୌତମ ପ୍ରମୁଖ ବିମାନବନ୍ଦରରେ ଚାଲିଥିବା ମକ୍‌ ଡ୍ରିଲ୍‌ ସମୟରେ ଉପସ୍ଥିତ ଥିଲେ। ପ୍ରକାଶଥାଉ କି, ଦିଲ୍ଲୀ ବିମାନବନ୍ଦରରେ ଆର୍‌ଡିଏକ୍ସ ଜବତ ହେବାପରେ ଦେଶର ବିଭିନ୍ନ ବିମାନବନ୍ଦରରେ ସତର୍କତା ଅବଲମ୍ବନ କରାଯାଇଛି। ଏଥିସହ ଜମ୍ମୁକଶ୍ମୀରରୁ ଧାରା ୩୭୦ ହଟିବା ପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ଦେଶର ସମସ୍ତ ବିମାନବନ୍ଦରରେ ଷ୍ଟାଣ୍ଡାର୍ଡ ଅପରେଟିଙ୍ଗ୍‌ ପ୍ରୋସିଜିଓର(ଏସ୍‌ଓପି) ନେଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri