ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ କରାଯାଉ: କଂଗ୍ରେସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ। ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଘଟଣାରେ ପ୍ରତିକ୍ରିୟା ରଖି କହିଛନ୍ତି, ଏହା ବଡ଼ ଧରଣର ଅଘଟଣ। ଦିନ ହୋଇଥିଲେ ବହୁତ ଜୀବନ ଯାଇଥାନ୍ତା। ଠିକାଦାରୀ ସଂସ୍ଥାର ଦାୟିତ୍ୱହୀନତା ପାଇଁ ଏଭଳି ଘଟିଛି। ତେଣୁ କଣ୍ଟ୍ରାକ୍ଟରକୁ ଧରାଯାଉ। ଏଥିସହ ମୃତକଙ୍କ ପରିବାରକୁ ୨୦ଲକ୍ଷ କ୍ଷତିପୂରଣ ଓ ଜଣଙ୍କୁ ଚାକିରି ଦିଆଯାଉ। ତେବେ ଏଥିପାଇଁ ରାଜ୍ୟ ସରକାର ନୁହେଁ ବରଂ ଭାରତ ସରକାର ଦାୟୀ ବୋଲି ସେ କହିଛନ୍ତି।

ପ୍ରକାଶ ଯେ,ବିମାନବନ୍ଦର ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ଯୋଡ଼ିବା ପାଇଁ ତିଆରି ଚାଲିଥିବା ବିଲ୍ଡିଂର ଛାତ ଭୁଶୁଡ଼ି ପଡ଼ିଥିଲା। ଏହାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ବଡ଼ମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଠିକା ସଂସ୍ଥାର ହେଲପର ଭାବେ କାମ କରୁଥିଲେ। ସେହିଭଳି ଗୁରୁତର ଢେଙ୍କାନାଳର ନବକିଶୋର ସ୍ବାଇଁ ଡ୍ରାଇଭର ଭାବେ କାମ କରୁଥିଲେ। କ୍ୟାପିଟାଲ ହସ୍ପିଟାଲରେ ନବକିଶୋରଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ ଶ୍ରମିକ ସୁରକ୍ଷାକୁ ନେଇ ସମସ୍ତ ବ୍ୟବସ୍ଥା ହୋଇଛି। ଛାତ ଢଳେଇ କାମ ସରି ଯାଇଥିବା ବେଳେ ଅଧିକ ଓଜନ ପଡ଼ିବାରୁ ଭୁଶୁଡ଼ି ପଡ଼ିଥିବା ନେଇ ସ୍ପଷ୍ଟିକରଣ ଦେଇଛନ୍ତି କନ୍‌ଷ୍ଟ୍ରକଶନ ସଂସ୍ଥାର ଏମ୍‌ଡି ଦିଲୀପ ଖଟୋଇ।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri