Posted inଖେଳ

ବିମାନରୁ ବିଦା ହେଲେ ଅଷ୍ଟ୍ରେଲିଆନ ପ୍ରାକ୍ତନ ଓପନର

ସିଡ୍‌ନୀ,୨୧ା୫- ଦୁଇ ସାଙ୍ଗଙ୍କ ସହ ପ୍ରବଳ ଯୁକ୍ତିତର୍କ ପରେ ପୂର୍ବତନ ଅଷ୍ଟ୍ରେଲିଆନ ଓପନର ମାଇକେଲ ସ୍ଲାଟରଙ୍କୁ ବିମାନରୁ ବିଦା ହେବାକୁ ପଡ଼ିଛି। ମାକୁରି ସ୍ପୋଟର୍‌ସ ରେଡିଓ ଅନୁଯାୟୀ, ରବିବାର ସିଡ୍‌ନୀରୁ ବିମାନ ଓ୍ବାଗା ଯିବାର ଥିଲା। କିନ୍ତୁ ସ୍ଲାଟର ଓ ଦୁଇ ମହିଳାଙ୍କ ମଧ୍ୟରେ କୌଣସି କାରଣରୁ ଯୁକ୍ତି ହୋଇଥିଲା। ଏହାପରେ ସ୍ଲାଟର ବିମାନର ଶୌଚାଳୟରେ ନିଜକୁ ବନ୍ଦ କରି ଦେଇଥିଲେ। ତାଙ୍କୁ ବାହାରକୁ କାଢ଼ିବା ପାଇଁ ସୁରକ୍ଷା କର୍ମକର୍ତ୍ତାଙ୍କୁ ଡକାଇବାକୁ ପଡ଼ିଥିଲା। ଏଥିନେଇ ବିମାନ ଉଡାଣରେ ଅଧ ଘଣ୍ଟା ବିଳମ୍ବ ହୋଇଥିଲା। କ୍ରିକେଟ ପଣ୍ଡିତ ଭାବେ ଜଣାଶୁଣା ସ୍ଲାଟରଙ୍କୁ ବିଶ୍ୱକପ୍‌ ଲାଗି ଭାଷ୍ୟକାର ପେନାଲରେ ସ୍ଥାନ ମିଳିଛି। ଏହି ଘଟଣାକୁ ଅଷ୍ଟ୍ରେଲିଆନ ଏୟାର ଲାଇନ କ୍ୱାଣ୍ଟାସ ସ୍ପଷ୍ଟ କରିଛି। ଓ୍ବାଗା ପାଇଁ ବିମାନ ଉଡାଣ ଆରମ୍ଭ କରିବା ପୂର୍ବରୁ ମୁଁ ଦୁଇ ବନ୍ଧୁଙ୍କ ସହ ଯୁକ୍ତି କରିଥିଲି। ଏଥିଯୋଗୁ ବିମାନର ଅନ୍ୟ ଯାତ୍ରୀମାନଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏଥିନେଇ ମୁଁ କ୍ଷମା ପ୍ରାର୍ଥନା କରୁଛି ବୋଲି ସ୍ଲାଟର କହିଛନ୍ତି। ୨୦୦୪ରେ ଅବସର ନେଇଥିବା ପୂର୍ବତନ ଅଷ୍ଟ୍ରେଲିଆନ ଟେଷ୍ଟ କ୍ରିକେଟରେ ୫,୩୧୨ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri