ବିମାନରେ ଆପଲର କିଛି ଲାପ୍‌ଟପ ବ୍ୟାନ୍‌

ନୂଆଦିଲ୍ଲୀ,୨୭-୮: ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ବିମାନରେ ଆପଲ୍‌ ମ୍ୟାକ୍‌ବୁକ୍‌ ପ୍ରୋର ଲାପ୍‌ଟପ୍‌ର କିଛି ମଡେଲ ନେବା ଉପରେ କଟକଣା ଜାରି କରିଛି। ଏହି ଲାପ୍‌ଟପ୍‌ର ବ୍ୟାଟେରୀ ଅଧିକ ଗରମ ହୋଇ ନିଆଁ ଲାଗି ଯାଉଥିବାରୁ ସମ୍ଭାବ୍ୟ ବିପଦକୁ ଦେଖି ଏହି କଟକଣା ଜାରି କରାଯାଇଛି। ଏଣିକି ଚେକ୍‌ ଇନ୍‌ ଓ କ୍ୟାବିନ ବ୍ୟାଗ୍‌ରେ ଏହି ମଡେଲ ଲାପ୍‌ଟପ୍‌ ନେଇହେବ ନାହିଁ। ଉତ୍ପାଦକଙ୍କ ପକ୍ଷରୁ ବ୍ୟାଟେରୀ ସୁରକ୍ଷିତ ବୋଲି ଘୋଷଣା ନ ହେବା ପର୍ଯ୍ୟନ୍ତ ଏଭଳି ମଡେଲ ଲାପ୍‌ଟପ୍‌ ବିମାନରେ ପ୍ରବେଶ ନ କରାଇବାକୁ ଡିଜିସିଏ ପକ୍ଷରୁ ସମସ୍ତ ଏୟାରପୋର୍ଟକୁ ନିର୍ଦ୍ଦେଶ ଦିଆଯାଇଛି। ଡିଜିସିଏ ପକ୍ଷରୁ କୁହାଯାଇଛି ଯେ, ଆପଲ୍‌ କମ୍ପାନୀ ସୀମିତ ସଂଖ୍ୟାରେ ପୁରୁଣା ଜେନେରେଶନର ୧୫ ଇଞ୍ଚର ମ୍ୟାକ୍‌ବୁକ ପ୍ରୋ ଲାପ୍‌ଟପ୍‌ ଫେରାଇ ନେଉଛି। ୨୦୧୫ ସେପ୍ଟେମ୍ବରରୁ ୨୦୧୭ ଫେବୃୟାରୀ ମଧ୍ୟରେ ଏହି ମଡେଲର ସୀମିତ ସଂଖ୍ୟକ ଲାପ୍‌ଟପ୍‌ ବିକ୍ରି ହୋଇଥିଲା। ଏହି ମଡେଲର ଲାପ୍‌ଟପ୍‌ରେ ସଂଯୋଗ ହୋଇଥିବା ବ୍ୟାଟେରୀ ଶୀଘ୍ର ଗରମ ହୋଇଯାଉଥିବା କମ୍ପାନୀ ସନ୍ଦେହ କରୁଛି। ଏହା ବିପଦ ଡାକିଆଣିପାରେ ବୋଲି ମନେ କରି କମ୍ପାନୀ ଉକ୍ତ ପଦକ୍ଷେପ ଗ୍ରହଣ କରିଛି ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri