ବିମାନ କ୍ୟାବିନ୍‌ରେ ହଠାତ୍‌ ଧୂଆଁମୟ ହେବାରୁ ଭୟଭୀତ ହୋଇଗଲେ ଯାତ୍ରୀ

ମାଡ୍ରିଡ,୬।୮: ବ୍ରିଟ୍ରିଶ ଏୟାରଓ୍ବେଜ୍‌ର ଏକ ବିମାନ ଲଣ୍ଡନରୁ ସ୍ପେନ ଯାଉଥିବା ବେଳେ ଇଞ୍ଜିନରେ ନିଅଁ। ଲାଗିବାରୁ ବିମାନ ଭିତରେ ହଠାତ୍‌ ଧୂଆଁମୟ ହୋଇଯାଇଥିଲା। ଏହାପରେ ସ୍ପେନର ଭାଲେନ୍ସିଆ ବିମାନବନ୍ଦରରେ ଏହାକୁ ଜରୁରୀ ଅବତରଣ କରାଯାଇଥିଲା। ଅବତରଣ କରିବା ସମୟରେ ଉକ୍ତ ବିମାନର କ୍ୟାବିନ୍‌ରେ ଅଧିକ ଧୂଆଁମୟ ହେବାରୁ ସମସ୍ତ ଯାତ୍ରୀ ଅଣନିଶ୍ୱାସୀ ହେବା ସହ ଭୟଭୀତ ହୋଇପଡ଼ିଥିଲେ। ଏହି ଧୂଆଁ ଏତେ ମାତ୍ରାରେ ରହିଥିଲା ଯେ ସାମ୍ନାରେ ବସିଥିବା ବ୍ୟକ୍ତି ମଧ୍ୟ ଦେଖାଯାଉ ନ ଥିଲେ। ଏହାପରେ ବିମାନକୁ ଜରୁରୀ ଅବତରଣ କରାଯାଇ ସେଥିରେ ଥିବା ୧୭୫ ଯାତ୍ରୀ, ୬କ୍ର୍ୟୁ ମେମ୍ବର ଓ ୨ପାଇଲଟଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଥିଲା। ଏହି ଧୂଆଁରେ ଅଣନିଶ୍ୱାସୀ ହୋଇ ୩ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଥିବା ବେଳେ ଜରୁରୀକାଳିନ ଦ୍ୱାର ଦେଇ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ବାହାରକୁ ବହାରୁଥିବା ସମୟରେ ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପୂର୍ବରୁ ବିମାନର ଇଞ୍ଜିନରେ ନିଆଁ ଲାଗିବାର ସୂଚନା ମିଳିଥିଲା ବେଳେ ସୁରକ୍ଷାକର୍ମୀଙ୍କୁ ବିମାନବନ୍ଦରରେ କେବଳ ଧୂଆଁ ଦେଖାଯାଇଥିଲା ବୋଲି ଭାଲେନ୍ସିଆ ସରକାରଙ୍କ ଉଦ୍ଧାରକାରୀ ଦଳ କହିଛନ୍ତି। ତେବେ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri