ବିମାନ ଚଳାଚଳ କ୍ଷେତ୍ରର ୨୯ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୨୫।୪: ଭାରତୀୟ ବିମାନ ଚଳାଚଳ କ୍ଷେତ୍ର ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ଗୁଡିକ କରୋନା ମହାମାରୀ ଯୋଗୁ ଏବେ ଚାପରେ ରହିଛନ୍ତି। ଏହି କ୍ଷେତ୍ରଗୁଡିକରେ ପ୍ରାୟ ୨୯ ଲକ୍ଷ ଚାକିରି ବିପଦରେ ରହିଛି ବୋଲି ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ଆସୋସିଏଶନ(ଆଇଏଟିଏ) ପକ୍ଷରୁ ହୋଇଥିବା ଏକ ରିପୋର୍ଟରେ କୁହାଯାଇଛି। ମେ ମାସ ୩ ଯାଏ ଦେଶ ମଧ୍ୟରେ ବିମାନ ସେବା ବନ୍ଦ ରହିଛି। ଅର୍ଥନୈତିକ କାର୍ଯ୍ୟକଳାପ ଏବେ କ୍ଷତିଗ୍ରସ୍ତ ହୋଇଥିବାରୁ ଦେଶର ପର୍ଯ୍ୟଟନ ତଥା ବିମାନ ଚଳାଚଳ କ୍ଷେତ୍ର ଚାପଗ୍ରସ୍ତ ହୋଇଛି। ଏବେ ପାସେଞ୍ଜର ଟ୍ରାଫିକ ୪୭% ଖସିଛି। ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ କରୋନା ପ୍ରଭାବ ଅଧିକ ପଡିବା ନେଇ ଏହି ରିପୋର୍ଟରେ କୁହାଯାଇଛି। କରୋନା ପାଇଁ ଭାରତୀୟ ବିମାନ ଚଳାଚଳ ବଜାର ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୮୫ ହଜାର କୋଟି କ୍ଷତି ସହିବ। ଏସିଆ ପାସିଫିକ ଅଞ୍ଚଳ କଥା ବିଚାରକଲେ ୧୧.୨ ନିୟୁତ ନିଯୁକ୍ତି କ୍ଷତିଗ୍ରସ୍ତ ହେବ ବୋଲି ଆକଳନରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?