ବିମାନ ଛାତରେ ଧକ୍କା ହେଲେ ଏୟାରହୋଷ୍ଟେସ୍‌: ୧୦ଯାତ୍ରୀ ଆହତ

ପ୍ରିସ୍ଥିନା,୧୮।୬: ଏକ ଇଣ୍ଟରନ୍ୟାସନାଲ ବିମାନରେ ଯାତ୍ରୀଙ୍କୁ ଭୟଭୀତ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଥିଲା। ହଠାତ୍‌ ବିମାନଟି ଦୋହଲିବାରୁ ଗରମ ପାଣି ସର୍ଭ କରୁଥିବା ଏୟାର ହୋଷ୍ଟେସ୍‌ ସିଧା ଛାତ ସହ ଧକ୍କା ହୋଇଥିଲେ। ଫଳରେ ତାଙ୍କ ହାତରେ ଥିବା ସବୁ ଗରମ ପାଣି ଯାତ୍ରୀଙ୍କ ଦେହରେ ପଡ଼ିଥିଲା। ଏଥିଯୋଗୁ ବିମାନରେ ଥିବା ୧୦ଯାତ୍ରୀ ଆହତ ହୋଇଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କୋସୋଭୋରୁ ସ୍ବିଜରଲ୍ୟାଣ୍ଡ ଯାଉଥିବା ଏଏଲ୍‌କେ ଏୟାରଲାଇନରେ। ସୂଚନାଯୋଗ୍ୟ, ବାୟୁର ଚାପ ବଢ଼ିବାରୁ ବିମାନଟି ଏତେ ଜୋରରେ ଦୋହଲି ଯାଇଥିଲା ଯେ ସେଠାରେ ଥିବା ସମସ୍ତ ଯାତ୍ରୀ ଓ ଏୟାରହୋଷ୍ଟେସ୍‌ଙ୍କ ସନ୍ତୁଳନ ବିଗିଡ଼ିଯାଇଥିଲା। ସେହି ସମୟରେ ସମସ୍ତେ ଭୟଭୀତ ହୋଇପଡ଼ିଥିବା ବେଳେ ପାଇଲଟ ତାଙ୍କୁ ସୁରକ୍ଷିତ ଭାବେ ଅବତରଣ କରିବା ନେଇ ଭରସା ଦେଇଥିଲେ। ତେବେ ସମସ୍ତ ଆହତଙ୍କୁ ବିମାନ ଅବତରଣ ପରେ ହସ୍ପିଟାଲକୁ ନିଆଯାଇ ଚିକିତ୍ସା କରାଯାଇଛି। ଏହି ଘଟଣାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri