Posted inଜାତୀୟ

ବିମୁଦ୍ରୀକରଣ ବେଳେ ଜମା ହୋଇପାରି ନ ଥିଲା ୧.୧୭ କୋଟି ଅଚଳ ଟଙ୍କା: ସୁପ୍ରିମକୋର୍ଟ ଗଲେ ବ୍ୟବସାୟୀ

ନୂଆଦିଲ୍ଲୀ,୩୧ା୮: ବିମୁଦ୍ରୀକରଣ ବେଳେ ୧ କୋଟି ୧୭ ଲକ୍ଷ ଅଚଳ ଟଙ୍କା ଜମା କରିପାରି ନ ଥିବା ତାମିଲନାଡୁର ଜଣେ ବ୍ୟବସାୟୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଟଙ୍କା ଗ୍ରହଣ କରିବା ନିମନ୍ତେ ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେ ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି। ତାଙ୍କ ପିଟିଶନ ଉପରେ ଜବାବ ଦାଖଲ କରିବା ଲାଗି କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେତେବେଳେ ପ୍ରଚଳିତ ୫୦୦ ଓ ୧୦୦୦ ଟଙ୍କିଆ ନୋଟ ଅଚଳ ହେଲା ବୋଲି ଘୋଷଣା କରିଥିଲେ। ବ୍ୟାଙ୍କରେ ଏହି ଟଙ୍କା ଡିସେମ୍ବର ୩୦ ସୁଦ୍ଧା ଜମା କରିବାକୁ ଜନସାଧାରଣଙ୍କୁ ସୁଯୋଗ ଦିଆଯାଇଥିଲା। ମଦୁରାଇର ବ୍ୟବସାୟୀ କେ. ରମଣ ୨୦୧୬ ଡିସେମ୍ବର ୩୦ରେ ଉକ୍ତ ଟଙ୍କା ଜମା କରିବାକୁ ତାମିଲନାଡୁର ମର୍କାଣ୍ଟାଇଲ୍‌ ବ୍ୟାଙ୍କକୁ ଯାଇଥିଲେ। ବ୍ୟାଙ୍କ କର୍ତ୍ତୃପକ୍ଷ ଉକ୍ତ ଟଙ୍କାକୁ ଗ୍ରହଣ କରି ନ ଥିଲେ। ଏହା ପରେ ସେ ରିଜର୍ଭ ବ୍ୟାଙ୍କକୁ ମଧ୍ୟ ଟଙ୍କା ଗ୍ରହଣ କରିବାକୁ ଅନୁରୋଧ କରିଥିଲେ। ତେବେ ଏହି ଟଙ୍କା ଆଉ ଗ୍ରହଣ କରାଯାଇପାରିବ ନାହିଁ ବୋଲି ରିଜର୍ଭ ବ୍ୟାଙ୍କ ଗତମାସରେ ରମଣଙ୍କୁ ଜଣାଇଥିଲା ବୋଲି ସେ ପିଟିଶନରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri