ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ପଦକ୍ଷେପ ଯୋଗୁ ଦେଶର ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଥିବା ବିଶେଷଜ୍ଞମାନେ କହି ଆସୁଛନ୍ତି। ବିଳମ୍ବରେ ହେଲେ ମଧ୍ୟ ସେମାନଙ୍କ ମତକୁ ରିଜର୍ଭ ବ୍ୟାଙ୍କ ସମର୍ଥନ କରିଛି। କେନ୍ଦ୍ରୀୟ ବ୍ୟାଙ୍କ ତଥ୍ୟ ମୁତାବକ, ବିମୁଦ୍ରୀକରଣ ପରେ କଞ୍ଜ୍ୟୁମର ଗୁଡ୍‌ସ ଲାଗି ଋଣ ପ୍ରଦାନ ନିମ୍ନଗାମୀ ହେବା ସହ ନିରନ୍ତର ହ୍ରାସ ପାଇ ଚାଲିଛି। ୨୦୧୭ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କଗୁଡିକ ପକ୍ଷରୁ କଞ୍ଜ୍ୟୁମର ଗୁଡ୍‌ସ ବାବଦକୁ ରେକର୍ଡ ୨୦,୭୯୧ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଥିଲା। ଗତ ୬ ବର୍ଷ ଧରି ଏଥିରେ ଲଗାତର ଅଭିବୃଦ୍ଧି ରହିଥିଲା। ମାତ୍ର ବିମୁଦ୍ରୀକରଣ ପରେ ଏହା ପ୍ରାୟ ୭୩% ହ୍ରାସ ଘଟି ବର୍ତ୍ତମାନ ୫,୬୨୩ କୋଟିକୁ ଖସି ଆସିଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ୫.୨% ଏବଂ ୨୦୧୮-୧୯ରେ ଏହା ୬୮% ଖସିଛି। ଚଳିତ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ କଞ୍ଜ୍ୟୁମର ଡ୍ୟୁରେବୁଲ କ୍ଷେତ୍ରକୁ ଋଣରେ ୧୦.୭% ହ୍ରାସ ଘଟିଛି।

ସେହିଭଳି ଏମ୍‌ଏସ୍‌ଏମ୍‌ଇ ୟୁନିଟଗୁଡିକର କାରବାର ବିମୁଦ୍ରୀକରଣ ପରେ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ବିଶେଷଜ୍ଞମାନେ କହିଛନ୍ତି। ଏହି ପ୍ରସଙ୍ଗ ଉପରେ ଚତୁର୍ଦ୍ଦଶ ଅର୍ଥ କମିଶନ ସଦସ୍ୟ ଗୋବିନ୍ଦ ରାଓ କହିଛନ୍ତି, ମାନ୍ଦାବସ୍ଥା ଲୋକଙ୍କ ଆୟ ସହ ସାମଞ୍ଜସ୍ୟ ରଖିଛି। ବିମୁଦ୍ରୀକରଣ ପରେ କଞ୍ଜ୍ୟୁମର ଗୁଡ୍‌ସ କ୍ଷେତ୍ରକୁ ଋଣରେ ହ୍ରାସ, ନଗଦ ଅଭାବ ଯୋଗୁ ଏମ୍‌ଏସ୍‌ଏମ୍‌ଇଗୁଡିକ ସମସ୍ୟା ଭୋଗିବାରୁ ବନ୍ଦ ହେବା, କର୍ମଚାରୀଙ୍କ ମଧ୍ୟରେ ଅର୍ଥାଭାବ, କମ୍ପାନୀଗୁଡିକର ଷ୍ଟକ ଶେଷ ନ ହେବା, ଲୋକଙ୍କ ଆୟ ହ୍ରାସ, ବେକାରି ହାର ବୃଦ୍ଧି ମାନ୍ଦାବସ୍ଥାକୁ ଡାକି ଆଣିଛି ବୋଲି ରାଓ କହିଛନ୍ତି। ଏପରି ସ୍ଥିତିରେ ଏମ୍‌ଏସ୍‌ଏମ୍‌ଇଗୁଡିକର ସ୍ଥିତି କ’ଣ ରହିଛି ସେ ସମ୍ପର୍କରେ ସରକାର କୌଣସି ସର୍ଭେ କରାଇ ନାହାନ୍ତି। ଏଣୁ ପ୍ରକୃତ ସ୍ଥିତି କିଭଳି ରହିଛି ତାର ତଥ୍ୟ ଜଣାପଡୁନାହିଁ। ଏହାବାଦ ଶିଳ୍ପ କ୍ଷେତ୍ରକୁ ଋଣ ପରିମାଣ ବର୍ତ୍ତମାନ ସୁଦ୍ଧା ୩% ହ୍ରାସ ଘଟିଛି। ଏହା ସେବା କ୍ଷେତ୍ରରେ ୪.୩% ରହିଛି। ସେହିଭଳି ଜାହାଜ ଚଳାଚଳ କ୍ଷେତ୍ରରେ ଏହା ସର୍ବନିମ୍ନ ୨୪.୧% କମିଛି। ଏହାବାଦ ହାଉସିଂ ଋଣ ୩.୪% ବଢିବାରୁ ମୋଟ ହାଉସହୋଲ୍ଡ ଋଣ ପରିମାଣ ୨.୫% ବଢିଥିବା ଆର୍‌ବିଆଇ ପକ୍ଷରୁ ତଥ୍ୟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri