ବିରାଟଙ୍କ ଏହି ଗୁଣ ମୋତେ ଆଶ୍ଚର୍ଯ୍ୟ କରିଛି: ଅନୁଷ୍କା

ଆଇସିସି ବିଶ୍ୱକପ୍‌ରେ ଭାରତ ସେମିଫାଇନାଲରୁ ବିଦାୟ ନେବା ପରେ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ଏବେ ଖୁବ୍‌ ଆଲୋଚନା ଚାଲିଛି। ସାଥୀ ଖେଳାଳି ରୋହିତ ଶର୍ମାଙ୍କ ସହ ତାଙ୍କୁ ମତାନ୍ତର ଯୋଗୁ ଭାରତ ହାରିଲା ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ପଡିଆରେ ସର୍ବଦା ରାଗ ମୁଡ୍‌ରେ ଥିବା ବିରାଟ କିନ୍ତୁ ଅସଲ ଜୀବନରେ ଖୁବ୍‌ ଶାନ୍ତଶିଷ୍ଟ ବୋଲି ଅନୁଷ୍କା କହିଛନ୍ତି। ବେଳେବେଳେ ପଡିଆରେ ବିରାଟ ହଠାତ୍‌ ରାଗିଯାଉଥିବାର ଦେଖି ମୁଁ ଆଶ୍ଚର୍ଯ୍ୟ ହୋଇଥାଏ ବୋଲି ସେ କହିଛନ୍ତି। କାରଣ ପଡିଆରୁ ଆସିଲା ପରେ ବିରାଟ ସମ୍ପୂର୍ଣ୍ଣ ବିପରୀତ। ଠିିକ୍‌ ସମୟରେ କାମ କରିବା ପାଇଁ ସେ ମୋତେ ସର୍ବଦା ପ୍ରବର୍ତ୍ତାଇ ଥାନ୍ତି ବୋଲି ଅନୁଷ୍କା କହିଛନ୍ତି। କୌଣସି କଥାରେ ରାଗି ଯିବା ମୁଁ ତାଙ୍କୁ ଭେଟିବା ପରେ କେବେ ଦେଖିନାହିଁ। ସବୁ କଥାକୁ ସେ ସହଜରେ ଗ୍ରହଣ କରିଥାନ୍ତି। ତେଣୁ ତାଙ୍କୁ ନେଇ ଯେଉଁ ଆଲୋଚନା ଚାଲିଛି ତାହା ଆଦୌ ଠିକ୍‌ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri