ବ୍ରହ୍ମପୁର ଅଫିସ,୩ା୯-ବ୍ରହ୍ମପୁର ମହାନଗର ନିଗମ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ରାଜନୀତି କରାଯାଇଛି। ନିଗମ କାର୍ଯ୍ୟାଳୟ ଏବଂ ଟାଉନ ହଲରେ ଆୟୋଜିତ ସମାରୋହରେ କେବଳ ଶାସକ ବିଜେଡି ନେତାଙ୍କୁ ଡ଼କାଯାଇ ବିରୋଧୀ ଦଳକୁ ଉପେକ୍ଷା କରାଯାଇଛି। ସୋମବାର ଜିଲା କଂଗ୍ରେସ ଓ ଭାଜପା ପକ୍ଷରୁ ସ୍ବାୟତ୍ତ ଶାସନ ଅନୁଷ୍ଠାନ ପରିଚାଳନା କରୁଥିବା ଅମଲାତନ୍ତ୍ରର ବାଛବିଚାର ନୀତିକୁ ସମାଲୋଚନା କରାଯିବା ସହ ବିଏମ୍ସି ମହାନଗରବାସୀଙ୍କ ହୋଇଥିବା ଏବଂ ଶାସକ ଦଳର ପୈତୃକ ସମ୍ପତ୍ତି ନୁହେଁ ବୋଲି ଚେତାଇ ଦିଆଯାଇଛି। ନିଗମ କର୍ତ୍ତୃପକ୍ଷ ଏଣିକି ନିରପେକ୍ଷ ଭାବେ କାର୍ଯ୍ୟ ନ କଲେ ପରିଣାମ ଭୋଗିବାର ଜିଲା କଂଗ୍ରେସ ଚେତାବନୀ ଦେଇଛି । ସେହିପରି ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ଶାସକ ଦଳକୁ ସୁହାଇଲା ଭଳି ବୁରୋକ୍ରାଟ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି ।
ଭାଜପା ସଭାପତି କାହ୍ନୁ ଚରଣ ପତି ଓ ଜିଲା କଂଗ୍ରେସ ସଭାପତି ଡ଼ା. ତ୍ରିନାଥ ବେହେରା ଓ କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା ପୃଥକ ଭାବେ କହିଛନ୍ତି, ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମହାନଗରର କେତେକ ଉନ୍ନୟନ କାର୍ଯ୍ୟକ୍ରମର ଉଦ୍ଘାଟନ ଓ ଶିଳାନ୍ୟାସ ହୋଇଥିଲା। ନଗର ଉନ୍ନୟନ ମନ୍ତ୍ରୀ, ବ୍ରହ୍ମପୁର ଏମ୍ପି, ବିଧାୟକ ଓ ପୂର୍ବତନ ବିଧାୟକ ଯୋଗ ଦେଇଥିଲେ। ତେବେ ବିରୋଧୀ ଦଳର ଜଣେ ବି ନେତା ଏବଂ ଶିକ୍ଷାବିତ ଓ ବୁଦ୍ଧିଜୀବୀଙ୍କୁ ଡ଼କାଯାଇ ନ ଥିଲା । ଏହା ଅସୌଜନ୍ୟ ହୋଇଥିବା କଟାକ୍ଷ କରାଯାଇଛି । କଂଗ୍ରେସ ଓ ଭାଜପା ନେତା ଆହୁରି କହିଛନ୍ତି, ନିଗମର ନିର୍ବାଚିତ ପରିଷଦ କାର୍ଯ୍ୟକାଳ ସରିବାର ବର୍ଷେ ବିତିବାକୁ ଯାଉଛି। ନାନା ଆଶଙ୍କାରେ ସରକାର ପୌର ନିର୍ବାଚନ ପାଇଁ ଭୟ କରି ବିଳମ୍ବ କରୁଛନ୍ତି । ଗଣତନ୍ତ୍ରକୁ ସମ୍ମାନ ଦେଇ ତୁରନ୍ତ ପୌର ନିର୍ବାଚନ କରିବାକୁ ଦୁଇ ବିରୋଧୀ ଦଳ ନେତା ଦାବି କରିଛନ୍ତି। ଆଗାମୀ କାର୍ଯ୍ୟକ୍ରମ ବେଳେ ବିରୋଧୀ ଦଳକୁ ଉପେକ୍ଷା କରାଗଲେ ବିଏମ୍ସିକୁ ଘେରାଉ କରାଯିବାର କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି ।
କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ
ଗଞ୍ଜାମ,୧ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…
ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…
ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…
ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା
ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍ଡି…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି
ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…
Archives

