ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ

ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ ବହୁ ସଂଖ୍ୟାରେ ମହିଳା, ଯୁବକ ଓ ଶିକ୍ଷାର୍ଥୀଙ୍କୁ ଦେଖିବାକୁ ମିଳିଛି। ତେବେ ବିରୋଧ ପ୍ରଦର୍ଶନ ସମୟରେ ୨ ଯୋଡା  ଯୁବତୀଯୁବକଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ହେବା ସହ ଏବେ ଏମାନେ ବିବାହ କରିବେ ବୋଲି ଜଣାପଡିଛି। ଜୁନେଦ ଓ ସମର ନାମକ ପ୍ରେମୀ ଯୁଗଳ ମେଡିକାଲ ପଢୁଥିବା ବେଳେ ଏବେର ଶାହିନବାଗ ବିରୋଧ ପ୍ରଦର୍ଶନ ସ୍ଥଳରେ ପରସ୍ପର ସହ ଭେଟ ହୋଇଥିଲା। ଏବେ ଏହି ସମ୍ପର୍କ ପ୍ରେମର ରୂପ ନେଇଥିବା ବେଳେ ଉଭୟ ପରିବାରର ସହମତିରେ ଏମାନେ ଭାଲେଣ୍ଟାଇନ ଓ୍ବିକ୍‌ରେ ବିବାହ କରିବାକୁ ଯାଉଥିବା ଜଣାପଡିଛି। ଏମିତି ଆଉ ଏକ ଯୋଡି ହେଲେ ଜିଶାନ ଓ ଆୟଶା। ଏମାନଙ୍କ ପରିବାର ପୂର୍ବରୁ ଯଦିଓ ପରସ୍ପରକୁ ଜାଣିଥିଲେ କିନ୍ତୁ ଏମାନେ ବିବାହ କରିବେ ବୋଲି କେହି ଜାଣି ନ ଥିଲେ। ଏବେ ଶାହିନବାଗରେ ଏମାନଙ୍କ ପ୍ରେମ ସମ୍ପର୍କ ଗଢିଉଠିଥିବା ଜିଶାନ ଓ ଆୟଶା କହୁଥିବା ବେଳେ ଫେବୃୟାରୀ ୮ରେ ଏମାନଙ୍କ ବିବାହ ଅନୁଷ୍ଠିତ ହେବ ବୋଲି ପରିବାର ଲୋକେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri