ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ବିଲଡ଼ର ଲଳିତ ମୋହନ ମଙ୍ଗରାଜଙ୍କୁ ପିଣ୍ଟୁ ୨୦ ଲକ୍ଷ ଟଙ୍କା ଦାଦାବଟି ମାଗିବା ମାମଲାର ଅତିରିକ୍ତ ଜିଲା ଜଜ (ଏଡିଜେ)-୨ ଙ୍କ କୋର୍ଟରେ ଚୂଡାନ୍ତ ରାୟ ପ୍ରକାଶ ପାଇଛି। ଏଡିଜେ-୨ ଜଗଦୀଶ ପ୍ରସାଦ ମହାନ୍ତି ପ୍ରମାଣ ଅଭାବରୁ ପିଣ୍ଟୁଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ଏପିପି କୁରେଶ ଗୌଡ଼ ଓ ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କୈଳାସ ପଣ୍ଡା, ପ୍ରଭାକର ସାବତ ଓ ଶିବ ନାରାୟଣ ସାହୁ ମକଦ୍ଦମା ପରିଚାଳନା କରୁଥିଲେ। ଧର୍ମର ଜୟ ହେଲା ବୋଲି ପିଣ୍ଟୁ ରାୟ ପ୍ରକାଶ ପରେ କହିଛନ୍ତି।
ପ୍ରକାଶ ଯେ, ପୂର୍ବରୁ ଏହି ମାମଲାରେ ସରକାରୀ ଓକିଲ ଓ ପ୍ରତିପକ୍ଷ ଓକିଲଙ୍କ ମଧ୍ୟରେ ଜବାବ ସୁଆଲ ହୋଇଥିଲା। କୋର୍ଟ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇଁ ସୋମବାର ଦିନ ଧାର୍ଯ୍ୟ ହୋଇଥିଲା। ସୂଚନାଯୋଗ୍ୟ, ୨୦୧୫ରେ ଗୋଳନ୍ଥରା ଥାନା ହଳଦିଆପଦରରେ ଜମି କିଣାବିକାକୁ କେନ୍ଦ୍ରକରି ପିଣ୍ଟୁ ଓ ତାଙ୍କ ସହଯୋଗୀମାନେ ବିଲଡ଼ର ଲଳିତ ମୋହନ ମଙ୍ଗରାଜଙ୍କୁ ବନ୍ଧୁକ ଦେଖାଇ ୨୦ ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ ବୋଲି ଲଳିତ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୧୨୮/୧୫ରେ ମାମଲା ରୁଜୁକରି ପିଣ୍ଟୁଙ୍କ ସମେତ ଅନ୍ୟମାନଙ୍କୁ ଅଭିଯୁକ୍ତ ଦର୍ଶାଇ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲା। କୋର୍ଟରେ ବିଲଡ଼ର ଲଳିତଙ୍କ ସମେତ ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସେପଟେ ପିଣ୍ଟୁ ନିଜକୁ ନିର୍ଦ୍ଦୋଷ କହିଥିବା ବେଳେ ତାଙ୍କୁ ମିଥ୍ୟା ମାମଲାରେ ଫସାଇ ଦିଆଯାଇଛି ବୋଲି କହିଥିଲେ। ଗତ ମାସ ୧୮ ତାରିଖରେ ଗୋଳନ୍ଥରା ପୋଲିସ ଅଭିଯୁକ୍ତଙ୍କଠାରୁ ଜବତ କରିଥିବା ବନ୍ଧୁକ କୋର୍ଟରେ ଦାଖଲ କରିଥିଲା।
ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର
ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…
ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ
ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର
ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…
କାନୀଗୁମା ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ
ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…
ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ
ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…
ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି ।…
ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ
ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…
ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…
ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…
Archives

