ବିଲରେ ପଚୁଛି ତରଭୁଜ

ଦେବଗଡ,୨୬ା୩(ଡି.ଏନ.ଏ.): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖି ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଛି । ବାରକୋଟ ବ୍ଲକ ମଧ୍ୟପୁର ପଞ୍ଚାୟତର ଲାଣ୍ଡିଝରୀ ଗ୍ରାମରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି। ଡିଲେଶ୍ୱର ବେହେରା, ଚୌଧୁରୀ ବେହେରା, ବୁଧୁ ବେହେରା ଓ ଗଣେଶ୍ୱର ପାତ୍ରଙ୍କ ସମେତ ବହୁ ଚାହୀଙ୍କର ଆଳୁ, ପିଆଜ ଓ ରସୁଣ ସମେତ ବିଭିନ୍ନ ଫସଲ ନଷ୍ଟ ହୋଇଥିଲା । ବିଶେଷ ଭାବେ ଅର୍ଥକାରୀ ତଥା ଅମଳକ୍ଷମ ତରଭୁଜ ଗୁଡିକ ଫାଟି ଯାଇଛି। ଆଉ ଯାହା ବି ବାକି ରହିଛି ତାହା ବିକ୍ରି କରି କିଛି ଆୟର ଅଶା ରଖିଥିବା ଚାଷୀର ସ୍ବପ୍ନ କରୋନା ଯୋଗୁ ଧୂଳିସାତ ହୋଇଯାଇଛି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଲକ୍‌ ଡାଉନ୍‌ ଘୋଷଣା କରିବାରୁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ଏହି କାରଣରୁ ଜିଲା ତଥା ରାଜ୍ୟ ବାହାରୁ ଆସୁଥିବା ଟ୍ରକ୍‌ଗୁଡିକ ଆସିପାରୁ ନ ଥିବାରୁ ଶହଶହ ଟନ୍‌ ଅମଳକ୍ଷମ ତରଭୁଜ ବିକ୍ରି ହୋଇ ନ ପାରି ବିଲରେ ପଚି ଯାଉଛି। ଫଳରେ ଦି ପଇସା ରୋଜଗାର ନିମନ୍ତେ ଲକ୍ଷ ଲକ୍ଷ ଟଙ୍କା ଋଣ କରି ଚାଷ କରିଥିବା ଚାଷୀଙ୍କ ମଧ୍ୟରେ ନୈରାଶ୍ୟ ଭାବ ସୃଷ୍ଟି ହୋଇଛି। ଜିଲା କୃଷି ଓ ଉଦ୍ୟାନ ବିଭାଗ ଏବଂ ଜିଲା ପ୍ରଶାସନ ତରଭୁଜ ବିକ୍ରି ପାଇଁ ଉପଯୁକ୍ତ ବ୍ୟବସ୍ଥା କରିବା ସହ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ଲାଣ୍ଡିଝରୀ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?