ବିଲ ଭିତରକୁ ଓଲଟି ପଡ଼ିଲା ବୋଲେରୋ

କୋଳିମାଟି,୧୯ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ରହିଥିବା ଗୋହିରା ଛକ ଉଭରବ୍ରିଜ ପଛକୁ ରବିବାର ପୂର୍ବାହ୍ନରେ ଘଟଗାଁ ପଟରୁ ଆସୁଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡ଼ିଛି। ସୂଚନା ଅନୁଯାୟୀ, ବୋଲେରୋରେ ତିନି ଜଣ ଯାତ୍ରୀ ଥିଲେ। ସେଥି ମଧ୍ୟରୁ ଡ୍ରାଇଭରଙ୍କ ମୁଣ୍ଡ ଫାଟି ଯାଇଥିବାବେଳେ ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ଘଟିବା ସମୟରେ ଛକ ପାଖରେ ଥିବା କିଛି ସ୍ବେଚ୍ଛାସେବୀ ଯୁବକ ଦୁର୍ଘଟଣାଗ୍ରସ୍ତ ଲୋକମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଆନନ୍ଦପୁର ଉପଖଣ୍ଡ ମେଡିକାଲକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri